ପ୍ରମୁଖ ଖବର

ଆଡ଼ପ ମଣ୍ଡପକୁ ବିଜେ କଲେ ଦାରୁବ୍ରହ୍ମ, ଆସନ୍ତାକାଲିଠାରୁ ମିଳିବ ଆଡ଼ପ ଅବଢ଼ା
ଅଭିଷେକ ବାନାର୍ଜୀଙ୍କ ଦଳୀୟ କାର୍ଯ୍ୟାଳୟ ଉପରେ ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ
ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବଗୌଡାଙ୍କ ପତ୍ନୀ ଚେନ୍ନମ୍ମାଙ୍କ ପରଲୋକ
ଭାରତର ପ୍ରଥମ ଘରୋଇ କକ୍ଷପଥ ରକେଟ ‘ବିକ୍ରମ-୧’ର ସଫଳ ଉତକ୍ଷେପଣ
ଅହମ୍ମଦାବାଦର ବାଣ କାରଖାନାରେ ଭୟାବହ ଅଗ୍ନିକାଣ୍ଡ, ୮ ମୃତ ଓ ୧୫ରୁ ଅଧିକ ଆହତ
ଆୟୁଷ୍ମାନ କାର୍ଡରେ ସ୍ବତନ୍ତ୍ର ସୁବିଧା ପାଇବେ କ୍ୟାନସର ରୋଗୀ
କ୍ୟାନସର ଆରୋଗ୍ୟ ଯୋଜନାରେ ମିଳିବ ସୁବିଧା
ଆୟୁଷ୍ମାନ କାର୍ଡରେ ଯୋଡି ହେବ ନୂଆ ୧୨୧ଟି ପ୍ୟାକେଜ
ରାଜ୍ୟ ପାଣ୍ଠିରୁ ଖର୍ଚ୍ଚ ହେବ ଟଙ୍କା, ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା

ଆଇପିଏସ୍‌ ବିନୋଦ ପାଟିଲ ହେଲେ ମାଲକାନଗିରି ଏସ୍‌ପି

0

ଭୁବନେଶ୍ବର; ବରିଷ୍ଠ ଆଇପିଏସ୍‌ ବିନୋଦ ପାଟିଲ ହେଲେ ମାଲକାନଗିରି ଏସ୍‌ପି। ଆଇପିଏସ୍‌ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁସାରେ, ବିନୋଦ ପାଟିଲ ହେଲେ ମାଲକାନଗିରି ଏସ୍‌ପି । ପୂର୍ବରୁ ବିନୋଦ କେସିଙ୍ଗାର ଏସ୍‌ଡିପିଓ ଭାବେ କାର୍ଯ୍ୟ କରୁଥିଲେ।

ସେହିପରି ରାହୁଲ ଗୋଏଲ କଟକ ରେଲ୍‌ଓ୍ବେ ଏସ୍‌ପି ହୋଇଥିବାବେଳେ ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଓପିଏସ୍‌ ମିହିର ପଣ୍ଡାଙ୍କୁ ମଧ୍ୟ ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ନିକଟରେ ନବରଙ୍ଗପୁର ଏସ୍‌ପି ଭାବେ ମିହିରଙ୍କୁ ନିଯୁକ୍ତି ମିଳିଛି।

ସୂଚନାଯୋଗ୍ୟ, କିଛିଦିନ ତଳେ ଓଡିଶା ପୋଲିସରେ ବଡ଼ଧରଣର ଅଦଳବଦଳ ହୋଇଥିଲା। ବିଜ୍ଞପ୍ତି ଅନୁସାରେ, ୨୮ ଜଣ ଆଇପିଏସ୍‌ଙ୍କୁ ଅଦଳବଦଳ କରାଯାଇଥିଲା। ଯେଉଁଥିରେ କଟକ-ଭୁବନେଶ୍ୱର ପୋଲିସ କମିଶନର, କଟକ ଡିସିପି, ଭୁବନେଶ୍ୱର ଡିସିପି ପ୍ରମୁଖ ଥିଲେ। ପୂଜା ପୂର୍ବରୁ ଓଡିଶା ପୋଲିସରେ ବଡ଼ଧରଣର ଅଦଳବଦଳ ହୋଇଥିଲା। ଏହାସହିତ ନୂତନ ନିର୍ଦ୍ଦେଶାନାମା ପରେ ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଥିଲା।

Leave A Reply

Your email address will not be published.