ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ

ମାହାଙ୍ଗା ଡବଲ ମର୍ଡର ମାମଲା : ପ୍ରତାପ ଜେନାଙ୍କୁ କ୍ଲିନ୍‌ଚିଟ୍‌

0

କଟକ: ମାହାଙ୍ଗା ଡବଲ ମର୍ଡର ମାମଲାରେ ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା ବଡ଼ ଆଶ୍ୱସ୍ତି ମିଳିଛି। ଏହି ମାମଲାରେ ମଙ୍ଗଳବାର ହାକକୋର୍ଟ ତାଙ୍କୁ କ୍ଲିନ୍‌ଚିଟ୍‌ ଦେଇଛନ୍ତି। ତାଙ୍କ ନାଁରେ ତଳକୋର୍ଟ ମାମଲାକୁ ହାଇକୋର୍ଟ ଖାରଜ କରି ଏହି ରାୟ ଦେଇଛନ୍ତି। ତଳକୋର୍ଟ ରାୟ ବିରୋଧରେ ପ୍ରତାପ ହାଇକୋର୍ଟ ଯାଇଥିଲେ।ମାହାଙ୍ଗା ଡବଲ ମର୍ଡର ମାମଲାରେ ୧୩ ନମ୍ବର ମୁଦାଲା ଥିଲେ ପ୍ରତାପ ଜେନା।

ସୂଚନା ଅନୁସାରେ, ମାହାଙ୍ଗା ଡବଲ ମର୍ଡର ମାମଲାରେ କୋର୍ଟରେ ଦାଖଲ ହୋଇଥିବା ଚାର୍ଜସିଟ୍‌ରେ ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କ ନାଁ ନଥିବାରୁ ପୁନଃ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ କୋର୍ଟ। ଏହାପରେ ସାଲେପୁର କୋର୍ଟଙ୍କ ପୁନଃ ତଦନ୍ତ ନିର୍ଦ୍ଦେଶ ପରେ ପୋଲିସ ନାଁ ଯୋଡ଼ିଥିଲା। ତଳକୋର୍ଟରେ ତାଙ୍କ ନାଁ ଯୋଡ଼ାଯିବା ପରେ ହାଇକୋର୍ଟ ଯାଇଥିଲେ ପ୍ରତାପ ଜେନା। ଆଜି ତଳକୋର୍ଟ ମାମଲାକୁ ଖାରଜ କରିଛନ୍ତି ହାଇକୋର୍ଟ। କୋର୍ଟଙ୍କ ରାୟ ପରେ ଏକ୍ସ ଜରିଆରେ ପ୍ରତିକ୍ରିୟା ରଖି ପ୍ରତାପ କହିଛନ୍ତି, ଯେଉଁଠାରେ ଠାକୁର ଶ୍ରୀଜଗନ୍ନାଥ ଅଛନ୍ତି, ସେଠାରେ ଅନ୍ୟାୟ କେବେ ବି ଟିକିପାରିବ ନାହିଁ l ସତ୍ୟର ସବୁବେଳେ ଜୟ ହୁଏ ବୋଲି ଲେଖିଛନ୍ତି ପ୍ରତାପ ଜେନା ।

ସୂଚନାଯୋଗ୍ୟ, ଗତ ୨୦୨୧ ଜାନୁଆରି ୨ ତାରିଖ ସନ୍ଧ୍ୟାରେ ମାହାଙ୍ଗାର ପୂର୍ବତନ ବ୍ଲକ ଅଧ୍ୟକ୍ଷ କୁଳମଣି ବରାଳ ଓ ତାଙ୍କ ସମ୍ପର୍କୀୟ ଦିବ୍ୟସିଂହ ବରାଳଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏହି ହତ୍ୟା ମାମଲାରେ ମୋଟ ୧୩ ଜଣଙ୍କ ନାଁରେ ଥାନାରେ ଅଭିଯୋଗ ହୋଇଥିବାବେଳେ ୧୦ ଜଣଙ୍କୁ ଗିରଫ କରାଯାଇଥିଲା। ଉକ୍ତ ମାମଲାରେ ୯ ଜଣ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିଲେ ସାଲେପୁର ଏଡିଜେ କୋର୍ଟ। ଏହି ମାମଲାରେ ପ୍ରମାଣ ଅଭାବରୁ ଜଣେ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷରେ ଖଲାସ କରାଯାଇଥିଲା l ମାହାଙ୍ଗା ଡବଲ ମର୍ଡର ଘଟଣାରେ ଯେଉଁ ୧୩ ଜଣଙ୍କ ବିରୋଧରେ ଥାନାରେ ଅଭିଯୋଗ ହୋଇଥିଲା, ସେଥିରେ ପୂର୍ବତନ ବିଧାୟକ ପ୍ରତାପ କୁମାର ଜେନାଙ୍କ ନାଁ ରହିଥିଲା । ଏହି ଘଟଣାରେ ପ୍ରତାପ ଜେନାଙ୍କ ବିରୋଧରେ ମାମଲା ଚାଲୁ ରଖିବାକୁ ସାଲେପୁର ଜେଏମଏଫସି କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ତେବେ ଚାର୍ଜସିଟରୁ ନାଁ ହଟାଇବା ଲାଗି ପ୍ରତାପ ଜେନା ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଥିଲେ।

Leave A Reply

Your email address will not be published.