ପ୍ରମୁଖ ଖବର

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ସୁଦାନରେ ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ଅନୁରୋଧ କଲେ ନବୀନ
ଏସ୍‌ଆଇ ଜାଲିଆତି ମାମଲା: ୫ ଦିନିଆ ରିମାଣ୍ଡରେ ଯିବେ ଶଙ୍କର ଓ ସୁରେଶ
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
୬୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ
ଉତ୍କଳ ବିଲ୍‌ଡର୍ସରେ ଆୟକର ଚଢ଼ାଉ
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍‌
ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’

ହବିଷ୍ୟାଳୀଙ୍କ ପାଇଁ ୨ କୋଟି ୫୭ ଲକ୍ଷ ୫୦ ହଜାର ଟଙ୍କା ଅନୁମୋଦନ କଲେ ସରକାର

0

ଭୁବନେଶ୍ବର;ପବିତ୍ର କାର୍ତ୍ତିକ ମାସରେ ହବିଷ୍ୟାଳୀ ମାନଙ୍କର ବ୍ରତ ପାଳନ ନିମନ୍ତେ ଓଡ଼ିଶା ସରକାରଙ୍କ ପକ୍ଷରୁ ୨ କୋଟି ୫୭ ଲକ୍ଷ ୫୦ ହଜାର ଟଙ୍କାର ଖର୍ଚ୍ଚ ଅଟକଳ ଅନୁମୋଦନ କରାଯାଇଛି । ଏନେଇ ଧନରାଶି ଅନୁମୋଦନ ହେବା ସହିତ ହବିଷ୍ୟାଳୀ ମା’ ମାନଙ୍କୁ କାର୍ତ୍ତିକ ମାସ ବ୍ରତ ପାଳନ ନିମନ୍ତେ ସମସ୍ତ ପ୍ରକାର ସୁବିଧା ଓ ସହଯୋଗ ପ୍ରଦାନ କରାଯିବ ବୋଲି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମତପ୍ରକାଶ କରିଛନ୍ତି ।

ମନ୍ତ୍ରୀ ଶ୍ରୀ ସୂରଜ କହିଛନ୍ତି ଯେ, କାର୍ତ୍ତିକ ମାସ ହେଉଛି ଧାର୍ମିକ ମାସ । କାର୍ତ୍ତିକ ମାସ ବ୍ରତ ପାଳନ ଦ୍ୱାରା ପୁଣ୍ୟ ଅର୍ଜିତ ହୁଏ ବୋଲି ଆମ ଓଡ଼ିଆ ଜଗନ୍ନାଥ ସଂସ୍କୃତିରେ ବିଶ୍ୱାସ ରହିଛି । କାର୍ତ୍ତିକ ମାସ ବ୍ରତ ପାଳନ ପାଇଁ ଶ୍ରୀକ୍ଷେତ୍ର ପୁରୀରେ ଅନେକ ହବିଷ୍ୟାଳୀ ମା’ ମାନେ ଏକତ୍ରୀତ ହୋଇଥାନ୍ତି । ହବିଷ୍ୟାଳୀ ମା’ମାନଙ୍କୁ ସମସ୍ତ ପ୍ରକାର ସୁବିଧା ଓ ସହଯୋଗ ପ୍ରଦାନ ନିମନ୍ତେ ଚଳିତ ବର୍ଷ ସରକାରଙ୍କ ତରଫରୁ ୨ କୋଟି ୫୭ ଲକ୍ଷ ୫୦ ହଜାର ଟଙ୍କାର ଖର୍ଚ୍ଚ ଅଟକଳ ଅନୁମୋଦନ କରାଯାଇଛି ।

ହବିଷ୍ୟାଳୀ ମା’ମାନଙ୍କ ପାଇଁ ଦୀର୍ଘ ଏକ ମାସ ଧରି ପୁରୀରେ ବିଭିନ୍ନ ହବିଷ୍ୟାଳୀ କେନ୍ଦ୍ର ମାନଙ୍କରେ ସୁରକ୍ଷିତ ରହଣି ବ୍ୟବସ୍ଥା, ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ, ମହାପ୍ରସାଦ ସେବନ, ଭଜନ-କୀର୍ତ୍ତନ ଓ ଅନ୍ୟାନ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଆଦିର ବ୍ୟବସ୍ଥାକୁ ସୁନିୟନ୍ତ୍ରିତ କରିବା ପାଇଁ ସରକାରଙ୍କ ତରଫରୁ ବିଭିନ୍ନ ପଦକ୍ଷେପମାନ ନିଆଯିବାର ଯୋଜନା ରହିଛି । ଏଥିସହ ପବିତ୍ର କାର୍ତ୍ତିକ ମାସରେ ହବିଷ୍ୟାଳି ମା’ମାନେ ଯେପରି ନିଜର ବ୍ରତ ପାଳନ ସମୟରେ କୌଣସି ପ୍ରକାର ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ଏହାକୁ ସୁନିଶ୍ଚିତ କରିବା ପାଇଁ ବ୍ୟାପକ ବ୍ୟବସ୍ଥା କରାଯିବ ବୋଲି ମନ୍ତ୍ରୀ ଶ୍ରୀ ସୂରଜ ମତ ପ୍ରକାଶ କରିଛନ୍ତି।

Leave A Reply

Your email address will not be published.