ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ହବିଷ୍ୟାଳୀଙ୍କ ପାଇଁ ୨ କୋଟି ୫୭ ଲକ୍ଷ ୫୦ ହଜାର ଟଙ୍କା ଅନୁମୋଦନ କଲେ ସରକାର

0

ଭୁବନେଶ୍ବର;ପବିତ୍ର କାର୍ତ୍ତିକ ମାସରେ ହବିଷ୍ୟାଳୀ ମାନଙ୍କର ବ୍ରତ ପାଳନ ନିମନ୍ତେ ଓଡ଼ିଶା ସରକାରଙ୍କ ପକ୍ଷରୁ ୨ କୋଟି ୫୭ ଲକ୍ଷ ୫୦ ହଜାର ଟଙ୍କାର ଖର୍ଚ୍ଚ ଅଟକଳ ଅନୁମୋଦନ କରାଯାଇଛି । ଏନେଇ ଧନରାଶି ଅନୁମୋଦନ ହେବା ସହିତ ହବିଷ୍ୟାଳୀ ମା’ ମାନଙ୍କୁ କାର୍ତ୍ତିକ ମାସ ବ୍ରତ ପାଳନ ନିମନ୍ତେ ସମସ୍ତ ପ୍ରକାର ସୁବିଧା ଓ ସହଯୋଗ ପ୍ରଦାନ କରାଯିବ ବୋଲି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମତପ୍ରକାଶ କରିଛନ୍ତି ।

ମନ୍ତ୍ରୀ ଶ୍ରୀ ସୂରଜ କହିଛନ୍ତି ଯେ, କାର୍ତ୍ତିକ ମାସ ହେଉଛି ଧାର୍ମିକ ମାସ । କାର୍ତ୍ତିକ ମାସ ବ୍ରତ ପାଳନ ଦ୍ୱାରା ପୁଣ୍ୟ ଅର୍ଜିତ ହୁଏ ବୋଲି ଆମ ଓଡ଼ିଆ ଜଗନ୍ନାଥ ସଂସ୍କୃତିରେ ବିଶ୍ୱାସ ରହିଛି । କାର୍ତ୍ତିକ ମାସ ବ୍ରତ ପାଳନ ପାଇଁ ଶ୍ରୀକ୍ଷେତ୍ର ପୁରୀରେ ଅନେକ ହବିଷ୍ୟାଳୀ ମା’ ମାନେ ଏକତ୍ରୀତ ହୋଇଥାନ୍ତି । ହବିଷ୍ୟାଳୀ ମା’ମାନଙ୍କୁ ସମସ୍ତ ପ୍ରକାର ସୁବିଧା ଓ ସହଯୋଗ ପ୍ରଦାନ ନିମନ୍ତେ ଚଳିତ ବର୍ଷ ସରକାରଙ୍କ ତରଫରୁ ୨ କୋଟି ୫୭ ଲକ୍ଷ ୫୦ ହଜାର ଟଙ୍କାର ଖର୍ଚ୍ଚ ଅଟକଳ ଅନୁମୋଦନ କରାଯାଇଛି ।

ହବିଷ୍ୟାଳୀ ମା’ମାନଙ୍କ ପାଇଁ ଦୀର୍ଘ ଏକ ମାସ ଧରି ପୁରୀରେ ବିଭିନ୍ନ ହବିଷ୍ୟାଳୀ କେନ୍ଦ୍ର ମାନଙ୍କରେ ସୁରକ୍ଷିତ ରହଣି ବ୍ୟବସ୍ଥା, ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ, ମହାପ୍ରସାଦ ସେବନ, ଭଜନ-କୀର୍ତ୍ତନ ଓ ଅନ୍ୟାନ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଆଦିର ବ୍ୟବସ୍ଥାକୁ ସୁନିୟନ୍ତ୍ରିତ କରିବା ପାଇଁ ସରକାରଙ୍କ ତରଫରୁ ବିଭିନ୍ନ ପଦକ୍ଷେପମାନ ନିଆଯିବାର ଯୋଜନା ରହିଛି । ଏଥିସହ ପବିତ୍ର କାର୍ତ୍ତିକ ମାସରେ ହବିଷ୍ୟାଳି ମା’ମାନେ ଯେପରି ନିଜର ବ୍ରତ ପାଳନ ସମୟରେ କୌଣସି ପ୍ରକାର ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ଏହାକୁ ସୁନିଶ୍ଚିତ କରିବା ପାଇଁ ବ୍ୟାପକ ବ୍ୟବସ୍ଥା କରାଯିବ ବୋଲି ମନ୍ତ୍ରୀ ଶ୍ରୀ ସୂରଜ ମତ ପ୍ରକାଶ କରିଛନ୍ତି।

Leave A Reply

Your email address will not be published.