ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ଆଉ ୫ଟି ଭାଷାକୁ ମିଳିଲା ଶାସ୍ତ୍ରୀୟ ମାନ୍ୟତା

0

ନୂଆଦିଲ୍ଲୀ: ଗୁରୁବାର ଦେଶର ଆଉ ୫ଟି ଭାଷାକୁ ମିଳିଲା ଶାସ୍ତ୍ରୀୟ ମାନ୍ୟତା। ମରାଠୀ, ବଙ୍ଗାଳୀ, ପାଲି, ପ୍ରାକୃତ ଏବଂ ଆସାମୀ ଭାଷାକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ପ୍ରଦାନ କରିବାକୁ କେନ୍ଦ୍ର କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି। ଆଜି ଶାସ୍ତ୍ରୀୟ ମାନ୍ୟତା ପ୍ରଦାନ ପ୍ରସ୍ତାବ ଉପରେ କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି।

ପୂର୍ବରୁ ତାମିଲ, ସଂସ୍କୃତ, ତେଲୁଗୁ, କନ୍ନଡ, ମାଲାୟାଲମ୍ ଏବଂ ଓଡ଼ିଆ ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ମିଳିଥିଲା। କ୍ୟାବିନେଟରେ ଏହି ନିଷ୍ପତ୍ତି ଦ୍ବାରା ଏବେ ଶାସ୍ତ୍ରୀୟ ମାନ୍ୟତା ପ୍ରାପ୍ତ ଭାଷାଗୁଡିକର ସଂଖ୍ୟା ୧୧କୁ ବୃଦ୍ଧି ପାଇବ। କେନ୍ଦ୍ର କ୍ୟାବିନେଟ୍ ନିଷ୍ପତ୍ତି ସଂପର୍କରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, ସରକରୀ ଶାସ୍ତ୍ରୀୟ ଭାଷାର ପ୍ରଚାର ଓ ସୁରକ୍ଷା ପାଇଁ ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି। ଭାରତର ସଂସ୍କୃତି, ଐତିହ୍ୟ ଓ ପରମ୍ପରାର ଅଭିଭାବକ ହେଉଛନ୍ତି ଶାସ୍ତ୍ରୀୟ ଭାଷା।

Leave A Reply

Your email address will not be published.