ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

ଆଉ ୫ଟି ଭାଷାକୁ ମିଳିଲା ଶାସ୍ତ୍ରୀୟ ମାନ୍ୟତା

0

ନୂଆଦିଲ୍ଲୀ: ଗୁରୁବାର ଦେଶର ଆଉ ୫ଟି ଭାଷାକୁ ମିଳିଲା ଶାସ୍ତ୍ରୀୟ ମାନ୍ୟତା। ମରାଠୀ, ବଙ୍ଗାଳୀ, ପାଲି, ପ୍ରାକୃତ ଏବଂ ଆସାମୀ ଭାଷାକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ପ୍ରଦାନ କରିବାକୁ କେନ୍ଦ୍ର କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି। ଆଜି ଶାସ୍ତ୍ରୀୟ ମାନ୍ୟତା ପ୍ରଦାନ ପ୍ରସ୍ତାବ ଉପରେ କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି।

ପୂର୍ବରୁ ତାମିଲ, ସଂସ୍କୃତ, ତେଲୁଗୁ, କନ୍ନଡ, ମାଲାୟାଲମ୍ ଏବଂ ଓଡ଼ିଆ ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ମିଳିଥିଲା। କ୍ୟାବିନେଟରେ ଏହି ନିଷ୍ପତ୍ତି ଦ୍ବାରା ଏବେ ଶାସ୍ତ୍ରୀୟ ମାନ୍ୟତା ପ୍ରାପ୍ତ ଭାଷାଗୁଡିକର ସଂଖ୍ୟା ୧୧କୁ ବୃଦ୍ଧି ପାଇବ। କେନ୍ଦ୍ର କ୍ୟାବିନେଟ୍ ନିଷ୍ପତ୍ତି ସଂପର୍କରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, ସରକରୀ ଶାସ୍ତ୍ରୀୟ ଭାଷାର ପ୍ରଚାର ଓ ସୁରକ୍ଷା ପାଇଁ ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି। ଭାରତର ସଂସ୍କୃତି, ଐତିହ୍ୟ ଓ ପରମ୍ପରାର ଅଭିଭାବକ ହେଉଛନ୍ତି ଶାସ୍ତ୍ରୀୟ ଭାଷା।

Leave A Reply

Your email address will not be published.