ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ

ଅର୍ଥ ହେରଫେର ମାମଲାରେ ମହମ୍ମଦ ଆଜାହରୁଦ୍ଦିନଙ୍କୁ ସମନ ପଠାଇଲା ଇଡି

0

ହାଇଦ୍ରାବାଦ: ପୂର୍ବତନ ଭାରତୀୟ କ୍ରିକେଟର ତଥା କଂଗ୍ରେସ ନେତା ମହମ୍ମଦ ଆଝାରୁଦ୍ଦିନଙ୍କ ବଢ଼ିଲା ଅଡୁଆ।ହାଇଦ୍ରାବାଦ କ୍ରିକେଟ ଆସୋସିଏସନର ଆର୍ଥିକ ଘୋଟାଲା ସହ ଜଡିତ ଅର୍ଥ ହେରଫେର ମାମଲାରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ମହମ୍ମଦ ଆଜାହରୁଦ୍ଦିନଙ୍କୁ ସମନ ପଠାଇଛି। ତାଙ୍କୁ ଆଜି ପଚରାଉଚରା ପାଇଁ ଡକାଯାଇଛି।

ଆଜାହରୁଦ୍ଦିନ ହାଇଦ୍ରାବାଦ କ୍ରିକେଟ ଆସୋସିଏସନରେ ପାଣ୍ଠିର ଅପବ୍ୟବହାର କରିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ଏହି ମାମଲାରେ ୨୦ କୋଟି ଟଙ୍କା ହେରଫେର୍‌ ହୋଇଥିବା କୁହାଯାଉଛି। ଆଜାହରୁଦ୍ଦିନ ପୂର୍ବରୁ ହାଇଦ୍ରାବାଦ କ୍ରିକେଟ୍ ଆସୋସିଏସନର ସଭାପତି ଥିଲେ।ସେ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ହାଇଦ୍ରାବାଦ କ୍ରିକେଟ ଆସୋସିଏସନରେ ପାଣ୍ଠିର ଅପବ୍ୟବହାର କରିଥିବା ଅଭିଯୋଗ ହୋଇଛି।
ସୂଚନା ଅନୁଯାୟୀ, ହାଇଦ୍ରାବାଦ କ୍ରିକେଟ ଆସୋସିଏସନର ଅଧିକାରୀଙ୍କ ବିରୋଧରେ ଇଡି ଅର୍ଥ ହେରଫେର ମାମଲା ରୁଜୁ କରିଥିଲା। ଇଡି ତେଲଙ୍ଗାନାର ୯ଟି ସ୍ଥାନ ଉପରେ ଚଢାଉ କରି ବହୁ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ଏବଂ ଡିଜିଟାଲ ଉପକରଣ ଉଦ୍ଧାର କରିଥିଲା। ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ ଅନୁଯାୟୀ, ହାଇଦ୍ରାବାଦ କ୍ରିକେଟ ଆସୋସିଏସନ ଅଧିକାରୀମାନେ ରାଜୀବ ଗାନ୍ଧୀ କ୍ରିକେଟ ଷ୍ଟାଡିୟମ ନିର୍ମାଣରେ ଆର୍ଥିକ ଅନିୟମିତତା କରିଥିଲେ। ସେମାନେ ବେସରକାରୀ କମ୍ପାନୀମାନଙ୍କୁ ଉଚ୍ଚ ହାରରେ ଚୁକ୍ତି କରିଥିଲେ ଏବଂ ଆସୋସିଏସନକୁ କୋଟି ଟଙ୍କା ମୂଲ୍ୟର କ୍ଷତି ଘଟାଇଲେ। ଏହି ମାମଲାରେ ଇଡି ତିନୋଟି ମାମଲା ରୁଜୁ କରିଛି ଏବଂ ଅଧିକ ଅନୁସନ୍ଧାନ ଚାଲିଛି।

Leave A Reply

Your email address will not be published.