ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବିରେ ୧୨ ଘଣ୍ଟିଆ କୋରାପୁଟ ବନ୍ଦ

0

କୋରାପୁଟ: ଆଜି ୧୨ ଘଣ୍ଟିଆ କୋରାପୁଟ ବନ୍ଦ। ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବିରେ ଅବିଭକ୍ତ କୋରାପୁଟ ଜିଲ୍ଲାର ମାଲକାନଗିରି, ସମେତ ନବରଙ୍ଗପୁର, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ଶୁକ୍ରବାର ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି କୋରାପୁଟ ଜିଲ୍ଲା କ୍ରିୟାନୁଷ୍ଠାନ କମିଟି । ସକାଳ ୬ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ କୋରାପୁଟରେ ବନ୍ଦ ଡାକରା ପାଳନ ହେବ। ବନ୍ଦ ପାଳନ ହେତୁ ଦୋକାନ, ବଜାର ସହ ଯାନବାହାନ ଚଳାଚଳ ମଧ୍ୟ ବନ୍ଦ ରହିଛି ।

ସରକାରୀ ଚାକିରିରେ ଜିଲ୍ଲାଭିତ୍ତିକ ନିଯୁକ୍ତିକୁ ପ୍ରସଙ୍ଗ କରି କୋରାପୁଟରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଉଛି। ଯୁବ କଂଗ୍ରେସର ବନ୍ଦ ଡାକରାକୁ ଜିଲ୍ଲା କ୍ରିୟାନୁଷ୍ଠାନ କମିଟି ସହ ଘରୋଇ ବସ ମାଲିକ ସଂଘ, ଲରି ଆସୋସିଏସନ, ଡ୍ରାଇଭର ସଂଘ ଓ ଜିଲ୍ଲା ଓକିଲ ସଂଘ ସମର୍ଥନ ଦେଇଛନ୍ତି। ଆସନ୍ତାକାଲି ଅବିଭକ୍ତ କୋରାପୁଟ ଜିଲ୍ଲା ବନ୍ଦ ଡାକରା ଦିଆଯାଇଥିବା ବେଳେ ଦାବି ପୂରଣ ନ ହେଲେ ୫ ତାରିଖରେ ଜିଲ୍ଲାରେ କଳାଦିବସ ପାଳନ କରାଯିବ। ଏହାସହ ୫, ୬ ଓ ୭ ତାରିଖ ତିନି ଦିନ ଧରି ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା କରାଯିବ ବୋଲି କହଛି କମିଟି।

କନିଷ୍ଠ ଶିକ୍ଷକ ପଦବୀ ଜିଲ୍ଲା ଭିତ୍ତିକ କରିବା, ପେଶା ଆଇନ ଲାଗୁ କରିବା, ତୃତୀୟ ଓ ଚତୁର୍ଥ ଶ୍ରେଣୀ କର୍ମଚାରୀ ପଦବୀକୁ ଜିଲ୍ଲା ଭିତ୍ତିକ କରିବା ପାଇଁ ଦାବି କରିଛି କମିଟି। ତେବେ ପାର୍ବଣ ସମୟ ଓ ଛାତ୍ରଛାତ୍ରୀଙ୍କ ପରୀକ୍ଷା କାରଣରୁ ସେମାନଙ୍କ ପାଇଁ କୋହଳ କରାଯିବ। ବିଶେଷ କରି ଜରୁରୀ କାଳିନ ସେବାକୁ ବ୍ୟାହତ କରାଯିବ ନାହିଁ ବୋଲି କହିଛି କମିଟି।

Leave A Reply

Your email address will not be published.