ପ୍ରମୁଖ ଖବର

ଫାର୍ମା କମ୍ପାନୀ ଫ୍ୟାକ୍ଟ୍ରି ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି
ବିଏମସି କମିଶନର ଆକ୍ରମଣ ଘଟଣାରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
ଶରଧାବାଲି ଅଘଟଣ ପରେ ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ
ଶସ୍ତା ହେଲା ଏଲପିଜି ସିଲିଣ୍ଡର
ମୃତ୍ତିକା ସଂରକ୍ଷଣ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ୍‌ ଗିରଫ
ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର ଓଏସ ଓ ଓଆରଏସ ଅଫିସର
ବାଣ ତିଆରି କାରଖାନାରେ ବିସ୍ଫୋରଣ; ୫ ମୃତ
୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡାରେ ବାଜିମାରିଲେ ଓଡ଼ିଶା ପୋଲିସ କନଷ୍ଟେବଳ

ଅବସରପ୍ରାପ୍ତ ଅଗ୍ନିବୀରଙ୍କ ପାଇଁ ଖୁସି ଆଣିଲେ ରାଜ୍ୟ ସରକାର

0

ଅବସରପ୍ରାପ୍ତ ଅଗ୍ନିବୀରଙ୍କ ପାଇଁ ଖୁସି ଖବର

୧୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ସହିତ ଶାରିରୀକ ପରୀକ୍ଷାରୁ ଅବ୍ୟାହତି ମିଳିବ

ୟୁନିଫର୍ମ ସେବାରେ ସଂରକ୍ଷଣ ଓ ବୟସସୀମାରେ କୋହଳ

ଭୁବନେଶ୍ବର: ଅବସରପ୍ରାପ୍ତ ଅଗ୍ନିବୀରଙ୍କ ନିଯୁକ୍ତି ଲାଗି ନିୟମାବଳି ଜାରି କରିଛନ୍ତି ରାଜ୍ୟ ସରକାର। ୟୁନିଫର୍ମ ସେବାରେ ସଂରକ୍ଷଣ ଓ ବୟସସୀମାରେ କୋହଳ ସମ୍ପର୍କିତ ଏହି ବିଜ୍ଞପ୍ତରେ ଉଲ୍ଲେଖ ଅଛି। ଅଗ୍ନିବୀରଙ୍କ ପାଇଁ ୟୁନିଫର୍ମ ସେବାରେ ୧୦ ପ୍ରତିଶତ ସଂରକ୍ଷଣ ରହିବ। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଅଗ୍ନିବୀରଙ୍କ ପାଇଁ ୟୁନିଫର୍ମ ସେବାରେ ୧୦ ପ୍ରତିଶତ ସଂରକ୍ଷଣ ରହିବ। ସେହିପରି ଗ ଓ ଘ ବର୍ଗ ପଦବୀରେ ର୍ନିଦ୍ଧାରିତ ବୟସସୀମା ୩ ବର୍ଷ କୋହଳ କରାଯାଇଛି। ଅନ୍ୟପକ୍ଷରେ ଅବସରପ୍ରାପ୍ତ ଅଗ୍ନିବୀରଙ୍କୁ ଶାରିରୀକ ପରୀକ୍ଷାରୁ ଅବ୍ୟାହତି ମିଳିବ।

ଏ ନେଇ ପୂର୍ବରୁ କ୍ୟାବିନେଟ ଅନୁମୋଦନ ଲାଭ କରିଛି। ଅଗ୍ନିବୀରଙ୍କ ପାଇଁ ରାଜ୍ୟରେ ରହିବ ୧୦% ସଂରକ୍ଷଣ ବ୍ୟବସ୍ଥା। ଏଥିପାଇଁ ଓ ଅବସରପ୍ରାପ୍ତ ଅଗ୍ନିବୀର(ୟୁନିଫର୍ମ ସେବାରେ ନିଯୁକ୍ତି) ନିୟମାବଳୀ-୨୦୨୪ ପ୍ରଣୟନ କରାଯିବ। ରାଜ୍ୟରେ ଯୁନିଫର୍ମ ସେବାରେ ପ୍ରତ୍ୟକ୍ଷ ନିଯୁକ୍ତି ଦ୍ବାରା ହେଉଥିବା ସମସ୍ତ ‘ ଗ’ ଓ ‘ଘ’ ପଦବୀରେ ଅବସରପ୍ରାପ୍ତ ଅଗ୍ନିବୀରଙ୍କ ପାଇଁ ୧୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ରହିବ। ଏହି ସଂରକ୍ଷଣ ଅବସରପ୍ରାପ୍ତ ସୈନିକଙ୍କ ପାଇଁ ଲାଗୁ ହେଉଥିବା ସଂରକ୍ଷଣ ସହିତ ଅତିରିକ୍ତ ଦଶ ପ୍ରତିଶତ ୧୦% ସଂରକ୍ଷଣ ରହିବ। ସେମାନଙ୍କ ପାଇଁ ନିର୍ଦ୍ଧାରିତ ବୟସ ସୀମାକୁ ୩ ବର୍ଷ କୋହଳ କରାଯିବ। ଅବସରସପ୍ରାପ୍ତ ଅଗ୍ନିବୀରଙ୍କୁ ଶାରୀରିକ ପରୀକ୍ଷା ଦେବାକୁ ପଡ଼ିବ ନାହିଁ।

Leave A Reply

Your email address will not be published.