ପ୍ରମୁଖ ଖବର

କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ିଲା, ମାସିକ ଦରମା ୪, ୯୦୦ ଟଙ୍କା ବୃଦ୍ଧି କଲେ ସରକାର
ଶ୍ରୀମନ୍ଦିରରେ ଜୈବିକ ଚାଉଳରେ ପ୍ରସ୍ତୁତ ହେବ ମହାପ୍ରସାଦ
ଅଯୋଧ୍ୟା ରାମ ମନ୍ଦିରର ପ୍ରଧାନ ପୂଜକ ଆଚାର୍ଯ୍ୟ ସତ୍ୟୈନ୍ଦ୍ର ଦାସଙ୍କ ପରଲୋକ
ପ୍ରଧାନମନ୍ତ୍ରୀ ମୋଦୀଙ୍କ ବିମାନ ଉପରେ ଆତଙ୍କବାଦୀ ଆକ୍ରମଣ ଧମକ
ଡିଜିଟାଲାଇଜ୍ ହେଲା ବିଧାନସଭା, ଟ୍ୟାବରୁ ପଢ଼ିବେ ବିଧାୟକ
ଶିଖ୍‌ ଦଙ୍ଗା ଘଟଣାରେ ସଜ୍ଜନ କୁମାର ଦୋଷୀ ସାବ୍ୟସ୍ତ
କାଠଯୋଡି ନଦୀ କୂଳରୁ ଯୁକ୍ତ ୨ ଛାତ୍ରଙ୍କ ମୃତଦେହ ଉଦ୍ଧାର
୧୮ରୁ +୨ ପରୀକ୍ଷା ଆରମ୍ଭ , ହବକୁ ଗଲା ପ୍ରଶ୍ନପତ୍ର

ଭୁବନେଶ୍ବର ବିମାନ ବନ୍ଦରର ପୁରୁଣା ଟର୍ମିନାଲ ପାଖରେ ହେବ ନୂଆ ଟର୍ମିନାଲ ନିର୍ମାଣ

0

ଭୁବନେଶ୍ବର: ଭୁବନେଶ୍ବର ବିମାନ ବନ୍ଦର ରିଭ୍ୟୁ କରିବା ପରେ ମନ୍ତ୍ରୀ କହିଛନ୍ତି- ପୁରୁଣା ଟର୍ମିନାଲ ପାଖରେ ନୂଆ ଟର୍ମିନାଲ ନିର୍ମାଣ ହେବ। ଦେଶର ୨୦ଟି ସହର ସହ ବିଦେଶର ୪ଟି ସ୍ଥାନକୁ ଭୁବନେଶ୍ବର ଏୟାରପୋର୍ଟ ସଂଯୋଗ କରୁଛି। ଭୁବନେଶ୍ବରରେ ଏବେ ଯେଉଁ ଟର୍ମିନାଲ ଅଛି ସେଥିରେ ୪୦ ରୁ ୫୦ ଲକ୍ଷ କ୍ଷମତା ରହିଛି। ଆସନ୍ତା ବର୍ଷେ ମଧ୍ୟରେ ଏହାକୁ ୮୦ ଲକ୍ଷ କରାଯିବ ବୋଲି କହିଛନ୍ତି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମମୋହନ ନାଇଡୁ।

ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ କହିଛନ୍ତି, ଭୁବନେଶ୍ୱର ବିମାନବନ୍ଦର ଟର୍ମିନାଲର କ୍ଷମତା ବାର୍ଷିକ ୪୦ ଲକ୍ଷ ରହିଛି। କିନ୍ତୁ ବର୍ଷକୁ ଏହି ଟର୍ମିନାଲ ଦେଇ ୫୦ ଲକ୍ଷ ଯାତ୍ରୀଙ୍କଠୁ ଅଧିକ ଯାତାୟତ କରୁଛନ୍ତି। ତେଣୁ ଏହାର କ୍ଷମତା ବଢ଼ାଇବାକୁ ଯୋଜନା ପ୍ରସ୍ତୁତ ହେଉଛି। ଆଗାମୀ ଦୁଇ ବର୍ଷ ମଧ୍ୟରେ ୧ ମିଲିୟନ କ୍ଷମତା ବିଶିଷ୍ଟ ଏକ ନୂଆ ଟର୍ମିନାଲ ନିର୍ମିତ ହେବ । ଫଳରେ ଆହୁରି ଅଧିକ ସଂଖ୍ୟକ ଯାତ୍ରୀ ଏହି ବିମାନବନ୍ଦରରୁ ଯାତାୟତ କରି ପାରିବେ। ଏଥିସହ ଖୁବଶୀଘ୍ର ରନୱେ କ୍ୟାଟ୍ ଟୁ ଲାଇଟ୍ ବ୍ୟବସ୍ଥା ବି ହେବ । ଆଗାମୀ ମାସେ ମଧ୍ୟରେ ବହୁ କାମ ସମ୍ପନ୍ନ କରାଯିବ ବୋଲି କହିଛନ୍ତି ମନ୍ତ୍ରୀ 

ଗତ ଦଶ ବର୍ଷ ମଧ୍ୟରେ ଉତ୍କେଳା, ଜୟପୁର, ରାଉରକେଲା ସହରର ରିଜିଓନାଲ କନେକ୍ଟିଭିଟି ମାଧ୍ୟମରେ ଆଗକୁ ବଢ଼ିଛି । ରିଜିଓନାଲ୍ ଏୟାରପୋର୍ଟର କିଭଳି ଉନ୍ନତିକରଣ ହୋଇପାରିବ ସେନେଇ ପ୍ରଚେଷ୍ଟା କରାଯିବ। ଓଡ଼ିଶାରେ ପୁରୀ ଭଳି ଆଧ୍ୟାତ୍ମିକ ସହର ଅଛି ଏଣୁ ବିଭିନ୍ନ ସ୍ଥାନରୁ ବିମାନ ଚଳାଚଳ କରିବାକୁ ପ୍ରଚେଷ୍ଟା କରାଯିବ। ପୁରୀ ଏୟାରପୋର୍ଟ ପାଇଁ ରାଜ୍ୟ ସରକାରଙ୍କ ପାଖରେ ଜମି ରହିଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ସାଇଟ କ୍ଲିୟରାନ୍ସ ମିଳିସାରିଛି। ଆଗକୁ କିଭଳି ବଢିବ ସେନେଇ ରାଜ୍ୟ ସରକାର ନିଷ୍ପତ୍ତି ନେବେ ଏବଂ ଏଥିପାଇଁ ମନ୍ତ୍ରାଳୟ ସବୁ ପ୍ରକାର ସହଯୋଗ କରିବ।

Leave A Reply

Your email address will not be published.