ମୀର୍ଜାପୁର: ସଡ଼କ ଦୁର୍ଘଟଣାରେ ଚାଲିଗଲା ୧୦ ଜଣଙ୍କ ଜୀବନ। ଉତ୍ତରପ୍ରଦେଶ ମୀର୍ଜାପୁର ନିକଟରେ ଟ୍ରକ-ଟ୍ରାକ୍ଟର ମୁହାଁମୁହିଁ ଧକ୍କା ହେବାରୁ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ଜଣ ଗୁରୁତର ଆହତ ହୋଇଥିଲେ। ଗୁରୁତର ୩ ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ପୋଲିସ ତଦନ୍ତ ଆରମ୍ଭ କରିଛି।
ସୂଚନା ଅନୁସାରେ, ମୃତାହତ ସମସ୍ତେ ଶ୍ରମିକ ଥିବା ନେଇ ସୂଚନା ମିଳିଛି। ଦୁର୍ଘଟଣାଗ୍ରସ୍ତ ଟ୍ରାକ୍ଟରରେ ମୋଟ ୧୩ଜଣ ଶ୍ରମିକ ବସିଥିଲେ। କାମ ସାରି ରାତିରେ ଘରକୁ ଫେରୁଥିବା ବେଳେ ସାମ୍ନାରୁ ଆସୁଥିବା ଏକ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ଘଟଣାସ୍ଥଳରେ ହିଁ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ଜଣ ଗୁରୁତର ହୋଇଥିଲେ। ଖବରପାଇ ଘଟଣା ସ୍ଥଳରେ ପୋଲିସ ଓ ଉଦ୍ଧାରକାରୀ ଦଳ ପହଞ୍ଚି ଗୁରୁତର ୩ଜଣଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରିଥିବା ବେଳେ ମୃତକଙ୍କୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି । ସେପଟେ ଦୁର୍ଘଟଣା ପରେ ସ୍ଥାନୀୟ ବାସିନ୍ଦା ବାରଣାସୀ-ପ୍ରୟାଗରାଜ ରାଜ ରାସ୍ତା ରୋକ କରିଛନ୍ତି। ଘଟଣାସ୍ଥଳରେ ପ୍ରଶାସନ ପହଞ୍ଚି ଉତ୍ୟକ୍ତ ଲୋକମାନଙ୍କୁ ବୁଝାସୁଝା କରୁଥବା ନେଇ ସୂଚନା ମିଳିଛି।
ପ୍ରମୁଖ ଖବର
କମନୱେଲଥ୍ ଗେମ୍ସ: ଅଷ୍ଟମ ଦିନରେ ଭାରତର ୬ ପଦକ, ମୋଟ ସଂଖ୍ୟା ୨୩
ରାଜ୍ୟ କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରି
ସୁନ୍ଦରଗଡ଼ରେ ହାତୀ ଆତଙ୍କ: ଦନ୍ତା ଆକ୍ରମଣରେ ୨ ମୃତ
ଭୋଗପୁରମରେ ଆଲୁରି ସୀତାରାମ ରାଜୁ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
୧୯ ବର୍ଷ ପରେ କଲକାତା ଫେରିଲେ ତସଲିମା ନସରିନ୍
ରାଷ୍ଟ୍ରପତି ଭବନରେ ଚମକିଲା ଓଡ଼ିଶାର ୩ ଷ୍ଟାର୍ଟଅପ୍
ଶସ୍ତା ହେଲା କମର୍ସିଆଲ ଗ୍ୟାସ ସିଲିଣ୍ଡର, ବଢ଼ିଲା ବିମାନ ଇନ୍ଧନ ଦର