ମୀର୍ଜାପୁର: ସଡ଼କ ଦୁର୍ଘଟଣାରେ ଚାଲିଗଲା ୧୦ ଜଣଙ୍କ ଜୀବନ। ଉତ୍ତରପ୍ରଦେଶ ମୀର୍ଜାପୁର ନିକଟରେ ଟ୍ରକ-ଟ୍ରାକ୍ଟର ମୁହାଁମୁହିଁ ଧକ୍କା ହେବାରୁ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ଜଣ ଗୁରୁତର ଆହତ ହୋଇଥିଲେ। ଗୁରୁତର ୩ ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ପୋଲିସ ତଦନ୍ତ ଆରମ୍ଭ କରିଛି।
ସୂଚନା ଅନୁସାରେ, ମୃତାହତ ସମସ୍ତେ ଶ୍ରମିକ ଥିବା ନେଇ ସୂଚନା ମିଳିଛି। ଦୁର୍ଘଟଣାଗ୍ରସ୍ତ ଟ୍ରାକ୍ଟରରେ ମୋଟ ୧୩ଜଣ ଶ୍ରମିକ ବସିଥିଲେ। କାମ ସାରି ରାତିରେ ଘରକୁ ଫେରୁଥିବା ବେଳେ ସାମ୍ନାରୁ ଆସୁଥିବା ଏକ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ଘଟଣାସ୍ଥଳରେ ହିଁ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ଜଣ ଗୁରୁତର ହୋଇଥିଲେ। ଖବରପାଇ ଘଟଣା ସ୍ଥଳରେ ପୋଲିସ ଓ ଉଦ୍ଧାରକାରୀ ଦଳ ପହଞ୍ଚି ଗୁରୁତର ୩ଜଣଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରିଥିବା ବେଳେ ମୃତକଙ୍କୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି । ସେପଟେ ଦୁର୍ଘଟଣା ପରେ ସ୍ଥାନୀୟ ବାସିନ୍ଦା ବାରଣାସୀ-ପ୍ରୟାଗରାଜ ରାଜ ରାସ୍ତା ରୋକ କରିଛନ୍ତି। ଘଟଣାସ୍ଥଳରେ ପ୍ରଶାସନ ପହଞ୍ଚି ଉତ୍ୟକ୍ତ ଲୋକମାନଙ୍କୁ ବୁଝାସୁଝା କରୁଥବା ନେଇ ସୂଚନା ମିଳିଛି।
ପ୍ରମୁଖ ଖବର
ଆରଜି କର ହସ୍ପିଟାଲ ଡାକ୍ତର ଦୁଷ୍କର୍ମ ଓ ହତ୍ୟା ମାମଲା: ଦୋଷୀ ସଞ୍ଜୟକୁ ଆଜୀବନ କାରାଦଣ୍ଡ
ପିଲାମାନଙ୍କର ବୟସ ୬ବର୍ଷ ହୋଇନଥିଲେ ଏଣିକି ପ୍ରଥମ ଶ୍ରେଣୀରେ ନାମ ଲେଖାଇବାକୁ ଅନୁମତି ମିଳିବ ନାହିଁ
ଆଜିଠୁ କୋଣାର୍କରେ ଦୁଇ ଦିନିଆ ଖଣି ମନ୍ତ୍ରୀ ସମ୍ମିଳନୀ
ସାତପଡ଼ାରେ ଆରମ୍ଭ ହେଲା ଡଲଫିନ୍ ଗଣନା
ରାଜ୍ୟରେ ନିଯୁକ୍ତ ହେବେ ୨ ହଜାର ଟ୍ରାଫିକ୍ ପୋଲିସ
ଯୁବତୀ ଚାଲାଣ କରୁଥିଲେ ହଂସିତା, ଅନିଲ