ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୧୪ଜଣ ମାଓବାଦୀ ମୃତ

0

ଦାନ୍ତେୱାଡ଼ା: ଓଡ଼ିଶା ସିମାନ୍ତ ଛତିଶଗଡ଼ ଦାନ୍ତେୱାଡ଼ାରେ ବଡ ଧରଣର ଏନକାଉଣ୍ଟର। ଓଡ଼ିଶା ସିମାନ୍ତ ଛତିଶଗଡ଼ ଦାନ୍ତେୱାଡ଼ାରେ ଶୁକ୍ରବାର ସୁରକ୍ଷା କର୍ମୀଙ୍କୁ ଏକ ବଡ଼ଧରଣର ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୧୪ଜଣ ମାଓବାଦୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ଜଣାଡ଼ିଛି।

ଖବର ମୁତାବକ, ଦାନ୍ତେୱାଡ଼ା ଏବଂ ନାରାୟଣପୁର ଜିଲ୍ଳା ସୀମାନ୍ତ ଜଙ୍ଗଲରେ ମାଓବାଦୀମାନେ ଲୁଚି ରହିଥିବା ନେଇ ଗୁଇନ୍ଦା ସୁତ୍ରରୁ ସୁରକ୍ଷାକର୍ମୀଙ୍କୁ ସୂଚନା ମିଳିଥିଲା । ଏନେଇ ସୁରକ୍ଷା କର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଥିଲା। ସୁରକ୍ଷାକର୍ମୀଙ୍କୁ ଦେଖି ମାଓବାଦୀ ମାନେ ଗୁଳିଚାଳନା କରିଥିଲେ। ଏହାର ପାଲଟା ଜବାବ ରେ ସୁରକ୍ଷାକର୍ମୀ ମଧ୍ୟ ଆଖି ବୁଜା ଗୁଳି ଚାଳନା କରିଥିଲେ । ହେଲେ ସୁରକ୍ଷା କର୍ମୀଙ୍କ ଏନ୍‌କାଉଣ୍ଟରରେ ଗୋଟେ ପରେ ଗୋଟେ ୧୪ଜଣ ମାଓବାଦୀ ଟଳି ପଡ଼ିଥିଲେ। ହେଲେ ଏହି ଗୁଳିବିନିମୟ ରେ ଅପରେଶରେ ସାମିଲ ଥିବା ସମସ୍ତ ସୁରକ୍ଷା କର୍ମୀ ସୁରକ୍ଷିତ ଅଛନ୍ତି। ଏନେଇ ଦାନ୍ତେୱାଡ଼ା ଏସ୍‌ପି ସୂଚନା ଦେଇଛନ୍ତି।

Leave A Reply

Your email address will not be published.