ପ୍ରମୁଖ ଖବର

ନାମାଙ୍କନର ପରଦିନ ନିର୍ବାଚନରୁ ଓହରିଲେ ଭାଜପା ପ୍ରାର୍ଥୀ ଅଭିଷେକ ସିହ୍ନା
କେଜିରୁ ପିଜି ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ମନ୍ତ୍ରୀ, ନାମଲେଖା ଫି ଫେରସ୍ତ ପାଇବେ ଛାତ୍ରଛାତ୍ରୀ
ସୁପ୍ରିମକୋର୍ଟରେ ହଙ୍ଗାମା: ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଅପଡେଟ୍: ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏକାଥରେ ୫ କିସ୍ତି
ପରୀକ୍ଷା ଦାବିରେ ମନ୍ତ୍ରୀଙ୍କ ପାଦତଳେ ପଡ଼ିଲେ ନର୍ସିଂ ଛାତ୍ରଛାତ୍ରୀ
ଏପ୍ରିଲ-ମେ’ରେ ପଞ୍ଚାୟତ ନିର୍ବାଚନ, ଘରକୁ ଘର ବୁଲି ପ୍ରସ୍ତୁତ ହେବ ଭୋଟର ତାଲିକା
ଗୁରୁଗ୍ରାମରେ ଏନକାଉଣ୍ଟର: ୪ ଗ୍ୟାଙ୍ଗଷ୍ଟର ନିହତ, ୩ ପୋଲିସ କର୍ମଚାରୀ ଆହତ
ମହାରାଷ୍ଟ୍ରର ରାୟଗଡ ଜିଲ୍ଲାରେ ବନ୍ୟା ପାଣିରେ ଭାସିଗଲା ୩ ହଜାର ଏଲପିଜି ସିଲିଣ୍ଡର

୧୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ ଅମିନ

0

କିରିମିରା: ଲାଞ୍ଚ ନେବାବେଳେ ଧରାପଡ଼ିଲେ ଅମିନ। ଝାରସୁଗୁଡ଼ା ଜିଲ୍ଲା କିରିମିରା ତହସିଲ ଅମିନ ଭାସ୍କର ମେହେରଙ୍କୁ ଧରିଲା ଭିଜିଲାନ୍ସ। ଜମିଜମା କାଗଜପତ୍ର କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ ଅମିନ।

ସୂଚନା ଅନୁସାରେ, ଜମିଜମା କାଗଜପତ୍ର କରାଇଦେବା ପାଇଁ ଜଣେ ବ୍ୟକ୍ତିଙ୍କ ଠାରୁ ୧୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ଅମିନ ଭାସ୍କର ମେହେର। ଏନେଇ ଭିଜିଲାନ୍ସର ଦ୍ଵାରସ୍ଥ ହୋଇଥିଲେ ଉକ୍ତ ବ୍ୟକ୍ତି ଜଣଙ୍କ। ପୂର୍ବ ଯୋଜନା ମୁତାବକ ଆଜି ଅମିନ ଶ୍ରୀ ମେହେର ଲାଞ୍ଚ ଟଙ୍କା ନେଉଥିବା ବେଳେ ଅଚାନକ ମାଡି ବସିଥିଲା ଭିଜିଲାନ୍ସ ଟିମ୍। ତାଙ୍କଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରିବା ସହ ଲାଞ୍ଚ ନେବା ଅଭିଯୋଗରେ ଶ୍ରୀ ମେହେରଙ୍କ ବାସଭବନ ସମେତ ୨ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ। ସେ ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ସନ୍ଦେହରେ ଏହି ଚଢ଼ାଉ କରାଯାଇଛି। ଭିଜିଲାନ୍ସ ପକ୍ଷରୁ ଘଟଣାର ତଦନ୍ତ ଜାରି ରହିଛି।

Leave A Reply

Your email address will not be published.