ପ୍ରମୁଖ ଖବର

ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ହରିଶ ଟଣ୍ଡନ ଆଜି ପୂର୍ବାହ୍‌ଣ ୧୦ଟାରେ ଶପଥ ଗ୍ରହଣ କରିଛନ୍ତି
ଓଡ଼ିଶାର ରାଜ୍ୟପାଳ ହରିବାବୁ କମ୍ଭମପଟି ନବନିଯୁକ୍ତ ମୁଖ୍ୟ ବିଚାରପତିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି
ପୁଣି ସସପେଣ୍ଡ ହେଲେ ତାରା ; ବିଧାୟକ ରମେଶ ଜେନା ମଧ୍ୟ ନିଲମ୍ବିତ । ପୂର୍ବରୁ ୧୨ ଜଣ କଂଗ୍ରେସ ବିଧାୟକ ନିଲମ୍ବିତ ହୋଇଥିଲେ
ସୋନପୁର-ସମ୍ବଲପୁର ମୁଖ୍ୟରାସ୍ତାର ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଥାନା ଅନ୍ତର୍ଗତ ମାଟୁପାଲି ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଏକ ବଲେରୋ ଗାଡ଼ିକୁ ହାଇୱା ଧକ୍କା ଦେବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି

ସରକାରୀ ସ୍ତରରେ ପାଳନ ହେବ ବାଜି ରାଉତ ଜୟନ୍ତୀ: ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର: ଏଣିକି ସରକାରୀ ସ୍ତରରେ ପାଳନ ହେବ ‘ବାଜି ରାଉତ ଜୟନ୍ତୀ’। ଆଜି ସହିଦ ବାଜି ରାଉତଙ୍କ ଜୟନ୍ତୀରେ ଭୁବନେଶ୍ୱର ଜୟଦେବ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ଏନେଇ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

ଏନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗାମୀ ଦିନରେ ସରକାରୀ ସ୍ତରରେ ବାଜି ରାଉତ ଜୟନ୍ତୀ ପାଳନ ହେବ। ସରକାରୀ ସ୍ତରରେ ରାଜ୍ୟସ୍ତରୀୟ ବାଜି ରାଉତ ଜୟନ୍ତୀ ପାଳନ କରି ଓଡ଼ିଶାର ସର୍ବ କନିଷ୍ଠ ବରପୁତ୍ରଙ୍କୁ ସମ୍ମାନ ଜଣାଯିବ। ଏହି ଦିନ ପାଳନ କରି ଓଡିଶାବାସୀ ବାଜି ରାଉତଙ୍କ ତ୍ୟାଗ, ବଳିଦାନ, ସଂଘର୍ଷକୁ ସମ୍ମାନ ଜଣାଇବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟର ଅନେକ ବୀର ଓଡ଼ିଆଙ୍କ ମଧ୍ୟରେ ସହିଦ୍‌ ବାଜି ରାଉତଙ୍କ ସ୍ଥାନ ଅନନ୍ୟ ଓ ସବୁଠାରୁ ଭିନ୍ନ। କେବଳ ଓଡ଼ିଶା ନୁହେଁ, ସାରା ଭାରତର କନିଷ୍ଠତମ ସ୍ଵାଧୀନତା ସଂଗ୍ରାମୀଭାବେ ମାନ୍ୟତା ପାଇଥିବା ଏହି ବୀର ବାଳକଙ୍କ ଜୀବନୀ ସ୍ୱଳ୍ପ ହୋଇଥାଇ ପାରେ, ହୁଏତ ତାଙ୍କ ବୀରତ୍ୱର ଗାଥା ଇତିହାସର ଗୋଟିଏ କିମ୍ବା ଦୁଇଟା ପୃଷ୍ଠାରେ ସୀମାବଦ୍ଧ ହୋଇଥାଇ ପାରେ, କିନ୍ତୁ ସେଇ ବୀରତ୍ଵର ଗାଥା ଭବିଷ୍ୟତ ପିଢିକୁ ବ୍ରିଟିଶ ସରକାର ବିରୋଧରେ ଲଢିବା ପାଇଁ ଲକ୍ଷ ଲକ୍ଷ ବାଜି ରାଉତ ସୃଷ୍ଟି କରିଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.