ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ସରକାରୀ ସ୍ତରରେ ପାଳନ ହେବ ବାଜି ରାଉତ ଜୟନ୍ତୀ: ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର: ଏଣିକି ସରକାରୀ ସ୍ତରରେ ପାଳନ ହେବ ‘ବାଜି ରାଉତ ଜୟନ୍ତୀ’। ଆଜି ସହିଦ ବାଜି ରାଉତଙ୍କ ଜୟନ୍ତୀରେ ଭୁବନେଶ୍ୱର ଜୟଦେବ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ଏନେଇ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

ଏନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗାମୀ ଦିନରେ ସରକାରୀ ସ୍ତରରେ ବାଜି ରାଉତ ଜୟନ୍ତୀ ପାଳନ ହେବ। ସରକାରୀ ସ୍ତରରେ ରାଜ୍ୟସ୍ତରୀୟ ବାଜି ରାଉତ ଜୟନ୍ତୀ ପାଳନ କରି ଓଡ଼ିଶାର ସର୍ବ କନିଷ୍ଠ ବରପୁତ୍ରଙ୍କୁ ସମ୍ମାନ ଜଣାଯିବ। ଏହି ଦିନ ପାଳନ କରି ଓଡିଶାବାସୀ ବାଜି ରାଉତଙ୍କ ତ୍ୟାଗ, ବଳିଦାନ, ସଂଘର୍ଷକୁ ସମ୍ମାନ ଜଣାଇବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟର ଅନେକ ବୀର ଓଡ଼ିଆଙ୍କ ମଧ୍ୟରେ ସହିଦ୍‌ ବାଜି ରାଉତଙ୍କ ସ୍ଥାନ ଅନନ୍ୟ ଓ ସବୁଠାରୁ ଭିନ୍ନ। କେବଳ ଓଡ଼ିଶା ନୁହେଁ, ସାରା ଭାରତର କନିଷ୍ଠତମ ସ୍ଵାଧୀନତା ସଂଗ୍ରାମୀଭାବେ ମାନ୍ୟତା ପାଇଥିବା ଏହି ବୀର ବାଳକଙ୍କ ଜୀବନୀ ସ୍ୱଳ୍ପ ହୋଇଥାଇ ପାରେ, ହୁଏତ ତାଙ୍କ ବୀରତ୍ୱର ଗାଥା ଇତିହାସର ଗୋଟିଏ କିମ୍ବା ଦୁଇଟା ପୃଷ୍ଠାରେ ସୀମାବଦ୍ଧ ହୋଇଥାଇ ପାରେ, କିନ୍ତୁ ସେଇ ବୀରତ୍ଵର ଗାଥା ଭବିଷ୍ୟତ ପିଢିକୁ ବ୍ରିଟିଶ ସରକାର ବିରୋଧରେ ଲଢିବା ପାଇଁ ଲକ୍ଷ ଲକ୍ଷ ବାଜି ରାଉତ ସୃଷ୍ଟି କରିଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.