ପ୍ରମୁଖ ଖବର

ଭାରତର ୨ ମୋଷ୍ଟ ୱାଣ୍ଟେଡ ଅପରାଧୀ ଆମେରିକାରେ ଗିରଫ
ଧାମରା ବନ୍ଦରରେ ଅନୁପ୍ରବେଶକାରୀ ହେବେ ସାବାଡ୍, ଜଗିବ ସ୍ବତନ୍ତ୍ର ଡ୍ରୋନ୍
ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆଇଟି ରେଡ୍
ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ
ଆଣ୍ଡାମାନ ନିକୋବରରେ ଶକ୍ତିଶାଳୀ ଭୂମିକମ୍ପ

ଅଭିଯୋଗ ପରେ ବଦଳିଲା ମା’ ଶାରଳା ମନ୍ଦିରରେ ବ୍ୟବହୃତ ଘିଅ

0

ଜଗତସିଂହପୁର: ଜଗତସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ଶାରଳା ମନ୍ଦିରରେ ବ୍ୟବହୃତ ଘିଅ ବଦଳାଯାଇଛି। ଭଣ୍ଡାରରେ ଗଚ୍ଛିତ ଥିବା ୨୫ ଟିଣ ଫେରସ୍ତ ପରେ ମନ୍ଦିର ପାଇଁ ନୂଆ ଘିଅ ଆସିଛି। ଓମ୍ଫେଡ ପକ୍ଷରୁ ୧୫ ଟିଣ ନୂଆ ଘିଅ ଆସିଛି।

ସୂଚନାଯୋଗ୍ୟ, ମା’ ଶାରଳା ମନ୍ଦିରରେ ନିମ୍ନମାନର ଘିଅ ବ୍ୟବହାର ହେଉଥିବା ଗୁରୁବାର ଅଭିଯୋଗ ହୋଇଥିଲା। ଏ ନେଇ ଶୁକ୍ରବାର ଫୁଡ ଇନ୍ସପେକ୍ଟରଙ୍କ ଟିମ୍‌ ପହଞ୍ଚି ଯାଞ୍ଚ କାର୍ଯ୍ୟ ଆରମ୍ଭ କରିଥିଲା। ନିମ୍ନମାନର ଘିଅ ବ୍ୟବହାର ହେଉଥିବା ଅଭିଯୋଗ ପରେ ଭଣ୍ଡାର ଘରେ ଥିବା ଘିଅର ମାନ ଯାଞ୍ଚ ପାଇଁ ସାମ୍ପଲ ନେଇଥିଲା।

ନିମ୍ନମାନର ଘିଅ ବ୍ୟବହାର ହେଉଥିବା ବଡ଼ପଣ୍ଡା ଅଭିଯୋଗ କରିଥିଲେ। ପରେ ଯାଞ୍ଚ ଆରମ୍ଭ ହୋଇଥିଲା। ତିରୁପତି ଭେଙ୍କଟେଶ୍ବର ବାଲାଜୀ ମନ୍ଦିରର ଲଡୁ ଭୋଗରେ ପଶୁଚର୍ବି ଓ ଅପମିଶ୍ରିତ ଘିଅ ମିଶିବା ଘଟଣା ପରେ ଚାରିଆଡ଼େ ଛନକା ପଶିଛି। ଏ ନେଇ ପ୍ରଶାସନ ତତ୍ପର ହୋଇଉଠିଥିଲା।

Leave A Reply

Your email address will not be published.