ପ୍ରମୁଖ ଖବର

କମନୱେଲଥ୍ ଗେମ୍ସ: ଅଷ୍ଟମ ଦିନରେ ଭାରତର ୬ ପଦକ, ମୋଟ ସଂଖ୍ୟା ୨୩
ରାଜ୍ୟ କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରି
ସୁନ୍ଦରଗଡ଼ରେ ହାତୀ ଆତଙ୍କ: ଦନ୍ତା ଆକ୍ରମଣରେ ୨ ମୃତ
ଭୋଗପୁରମରେ ଆଲୁରି ସୀତାରାମ ରାଜୁ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
୧୯ ବର୍ଷ ପରେ କଲକାତା ଫେରିଲେ ତସଲିମା ନସରିନ୍
ରାଷ୍ଟ୍ରପତି ଭବନରେ ଚମକିଲା ଓଡ଼ିଶାର ୩ ଷ୍ଟାର୍ଟଅପ୍
ଶସ୍ତା ହେଲା କମର୍ସିଆଲ ଗ୍ୟାସ ସିଲିଣ୍ଡର, ବଢ଼ିଲା ବିମାନ ଇନ୍ଧନ ଦର

ୟୁପି ସଡକ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ, ଆହତଙ୍କୁ ୫୦ ହଜାର

0

ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ
ମିର୍ଜାପୁର: ଉତ୍ତରପ୍ରଦେଶର ମିର୍ଜାପୁରରେ ଶ୍ରମିକମାନଙ୍କୁ ନେଇ ଯାଉଥିବା ଏକ ଟ୍ରାକ୍ଟରକୁ ଟ୍ରକ୍‌ ଧକ୍କା ଦେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୩ ଜଣ ଆହତ ହୋଇଛନ୍ତି। ମିର୍ଜାପୁର-ବାରାଣସୀ ସୀମା ଜି.ଟି. ରୋଡ୍‌ରେ ଏହି ଦୁର୍ଘଟଣା ଘଟିଛି। ଭାଦୋହୀ ଜିଲାରେ ନିର୍ମାଣ କାର୍ଯ୍ୟ ସାରି ୧୩ ଜଣ ଶ୍ରମିକ ଟ୍ରାକ୍ଟର ଟ୍ରଲିରେ ଘରକୁ ଫେରୁଥିବାବେଳେ ଏକ ଟ୍ରକ ପଛପଟୁ ଧକ୍କା ଦେଇଥିଲା।

ସୂଚନା ଅନୁସାରେ, ମୃତାହତ ସମସ୍ତେ ଶ୍ରମିକ ଥିବା ନେଇ ସୂଚନା ମିଳିଛି। ଦୁର୍ଘଟଣାଗ୍ରସ୍ତ ଟ୍ରାକ୍ଟରରେ ମୋଟ ୧୩ଜଣ ଶ୍ରମିକ ବସିଥିଲେ । କାମ ସାରି ରାତିରେ ଘରକୁ ଫେରୁଥିବା ବେଳେ ସାମ୍ନାରୁ ଆସୁଥିବା ଏକ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ଘଟଣାସ୍ଥଳରେ ହିଁ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ଜଣ ଗୁରୁତର ହୋଇଥିଲେ। ଖବରପାଇ ଘଟଣା ସ୍ଥଳରେ ପୋଲିସ ଓ ଉଦ୍ଧାରକାରୀ ଦଳ ପହଞ୍ଚି ଗୁରୁତର ୩ଜଣଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି

ଦୁର୍ଘଟଣାରେ ୧୩ ଜଣ ଆହତ ହୋଇଥିବା ବେଳେ ହସ୍ପିଟାଲ ନେବା ବାଟରେ ସେମାନଙ୍କ ମଧ୍ୟରୁ ୧୦ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୋକବ୍ୟକ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ମୃତକଙ୍କ ପରିବାର ପାଇଁ ୨ ଲକ୍ଷ ଏବଂ ଆହତମାନଙ୍କ ପାଇଁ ୫୦ ହଜାର ଟଙ୍କା ସହାୟତା ଘୋଷଣା କରିଛନ୍ତି।

Leave A Reply

Your email address will not be published.