ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀଙ୍କୁ ମିଳିଲା ଭିଆରଏସ୍ ଅନୁମତି

0

ଭୁବନେଶ୍ବର: ପୂର୍ବତନ ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀଙ୍କୁ ମିଳିଛି ଭିଆରଏସ୍ ଅନୁମତି। ସେ ୧୯୯୦ ବ୍ୟାଚ ଆଇପିଏସ୍ ହୋଇଥିବା ବେଳେ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେବା ପାଇଁ ରାଜ୍ୟ ସରକାର ତାଙ୍କୁ ଆଜି ଅନୁମତି ଦେଇଛନ୍ତି । ଫଳରେ ସେ ନିଜର ନୂଆ ଦାୟିତ୍ୱ ଆସନ୍ତା ସୋମବାର ଅପରାହ୍ନରୁ ଗ୍ରହଣ କରିବେ ବୋଲି ଜଣାପଡ଼ିଛି । ରାଜ୍ୟର ମୋହନ ମାଝୀ ସରକାର ଅରୁଣ ଷଡ଼ଙ୍ଗୀଙ୍କୁ ଓଡ଼ିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି ।

ସୂଚନାଯୋଗ୍ୟ, ଶ୍ରୀ ଷଡ଼ଙ୍ଗୀଙ୍କର ଚାକିରି ୨୦୨୫ ଜୁଲାଇ ପର୍ଯ୍ୟନ୍ତ ଥିଲା । ତାଙ୍କୁ ପୂର୍ବ ବିଜେଡି ସରକାର ୨୦୨୩ ଡିସେମ୍ବର ୩୧ତାରିଖରେ ରାଜ୍ୟର ଅସ୍ଥାୟୀ ପୁଲିସ ଡିଜି ଭାବେ ନିଯୁକ୍ତି ଦେଇଥିଲେ । ମୋହନ ସରକାର କ୍ଷମତାକୁ ଆସିବା ପରେ ତାଙ୍କୁ ଅଗଷ୍ଟ ୧୬ତାରିଖରେ ଡିଜି ପଦରୁ ହଟାଇ ଦେଇଥିଲେ । ପରବର୍ତ୍ତୀ ସମୟରେ ତାଙ୍କୁ ଓଡ଼ିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଥିଲେ ।

ଆଜି ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ବିଜୁ ପଟ୍ଟନାୟକ ପୋଲିସ ପ୍ରଶିକ୍ଷଣ କେନ୍ଦ୍ରର ନିର୍ଦ୍ଦେଶକ ଶ୍ରୀ ଷଡ଼ଙ୍ଗୀଙ୍କୁ ରାଜ୍ୟ ସରକାର ସେପ୍ଟେମ୍ବର ୨୭ତାରିଖରେ ଓଡ଼ିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଥିଲେ । ଆଉ ଶ୍ରୀ ଷଡ଼ଙ୍ଗୀ ନିଜର ନୂଆ ଦାୟିତ୍ୱ ସମ୍ଭାଳିବା ପାଇଁ ସେପ୍ଟେମ୍ବର ୩୦ତାରିଖରେ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନିମନ୍ତେ ଆବେଦନ କରିଥିଲେ । ରାଜ୍ୟ ସରକାର ସର୍ବଭାରତୀୟ ସେବା ରୁଲସ-୧୯୫୮ର ଉପଧାରା-୨ରେ ଥିବା ସର୍ତ୍ତାବଳୀକୁ କୋହଳ କରି ତାଙ୍କୁ ଚାକିରିରୁ ଅବସର ନେବାକୁ ଅନୁମତି ଦେଇଛନ୍ତି । ଏହାସହିତ ସେ ସର୍ବଭାରତୀୟ ସେବା ରୁଲସ-୧୯୫୮ର ପ୍ରାବଧାନ ଆଧାରରେ ସମସ୍ତ ଅବସରକାଳୀନ ସୁବିଧା ପାଇପାରିବେ ବୋଲି ଏହି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି ।

Leave A Reply

Your email address will not be published.