ପ୍ରମୁଖ ଖବର

ଫିଫା ବିଶ୍ୱକପ୍ ଫାଇନାଲ୍ ପାଇଁ କେରଳରେ ଶିକ୍ଷାନୁଷ୍ଠାନ ଛୁଟି; ଫୁଟବଲ୍ ପ୍ରେମୀ ଛାତ୍ରଛାତ୍ରୀଙ୍କ ପାଇଁ ସରକାରଙ୍କ ବଡ଼ ନିଷ୍ପତ୍ତି
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ତାମିଲ ସିନେମାର ଜଲୱା; ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ବିଜୟ
ଜମ୍ମୁ-କାଶ୍ମୀରରେ ଭୟଙ୍କର ଆକସ୍ମିକ ବନ୍ୟା: ୧୬ ମୃତ, ଅନେକ ନିଖୋଜ
ମାତୃଭାଷା ସହ ଆଉ ଗୋଟିଏ ଭାରତୀୟ ଭାଷା ଶିଖିବାକୁ ଛାତ୍ରଛାତ୍ରୀଙ୍କୁ ଆହ୍ୱାନ କଲେ ଅମିତ ଶାହ
୧୬ ବର୍ଷରୁ କମ୍ ବୟସ୍କଙ୍କ ପାଇଁ ସୋସିଆଲ ମିଡିଆରେ କଟକଣା ଆଣିପାରନ୍ତି କେନ୍ଦ୍ର ସରକାର
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ସମ୍ମାନ ଜିତିଲା ‘ଲହରୀ’
ଜମ୍ମୁ-କାଶ୍ମୀରରେ ବାଦଲଫଟା ବର୍ଷା ଓ ଆକସ୍ମିକ ବନ୍ୟା: ୧୭ ମୃତ, ହାଇ ଆଲର୍ଟ ଜାରି
ଶ୍ରୀମନ୍ଦିରରେ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ଅଳଙ୍କାର ଗଣତି ଓ ଥ୍ରୀଡି ସ୍କାନିଂ

ହବିଷ୍ୟାଳୀ ବ୍ରତ ପାଇଁ ଆଜିଠୁ ଅନଲାଇନ ପଞ୍ଜୀକରଣ ଆରମ୍ଭ

0

ପୁରୀ: ଆଜିଠୁ ହବିଷ୍ୟାଳୀ ବ୍ରତ ପାଇଁ ଅନଲାଇନ ପଞ୍ଜୀକରଣ ଆରମ୍ଭ। ଏଥର ଅଫ୍‌ଲାଇନ୍‌ ନୁହେଁ କେବଳ ଅନଲାଇନ ମାଧ୍ୟମରେ ଆବେଦନ ଗ୍ରହଣ କରାଯିବ। http://edistrict.odisha.gov.in ମାଧ୍ୟମରେ ପଞ୍ଜିକରଣ କରିପାରିବେ ହବିଷ୍ୟାଳୀ ମାନେ। କାର୍ତ୍ତିକ ବ୍ରତ ଆରମ୍ଭ ପୂର୍ବ ଦିନଠାରୁ ଅର୍ଥାତ ଅକ୍ଟୋବର ୧୧ ପର୍ଯ୍ୟନ୍ତ ଜାରି ରହିବ ଆବେଦନ ପ୍ରକ୍ରିୟା। ଅକ୍ଟୋବର ୧୮ରୁ ହବିଷ୍ୟାଳୀ ବ୍ରତ ଆରମ୍ଭ। ଏଥର ପ୍ରାୟ ଅଢ଼େଇ ହଜାର ହବିଷ୍ୟାଳିଙ୍କ ପାଇଁ ବ୍ୟବସ୍ଥା କରାଯାଇଛି।

ଏ ବର୍ଷ ୨୫୦୦ ହବିଷ୍ୟାଳୀଙ୍କୁ ରଖାଯିବ। ଚଳିତ ବର୍ଷ ବୃନ୍ଦାବତୀ ନିବାସ, ବାଗେଲା,ଅକ୍ଷୟ ପାତ୍ର ଓ ମୋଚି ସାହି କଲ୍ୟାଣ ମଣ୍ଡପରେ ହବିଷ୍ୟାଳୀ ମା’ମାନଙ୍କୁ ରଖାଯିବ। ସେମାନଙ୍କ ରହଣି ସହ ପ୍ରାତଃରୁ ବୃନ୍ଦାବତୀ ପୂଜା, ମନ୍ଦିର ଦର୍ଶନ, ମହାପ୍ରସାଦ ସେବନ ,ଭଜନ କୀର୍ତ୍ତନ ଇତ୍ୟାଦିର ବ୍ୟବସ୍ଥା କରାଯାଇଛି। ଆବେଦନକାରୀ ଶାରୀରିକ ଓ ମାନସିକ ଭାବେ ସୁସ୍ଥ ହୋଇ ଥିବେ। ବିଧବା ବ୍ରତ ଧାରିଣୀଙ୍କୁ ଓ ନୂତନ ଆବେଦନକାରୀଙ୍କୁ ପ୍ରାଧାନ୍ୟ ଦିଆଯିବ।
ଅନଲାଇନରେ ପଞ୍ଜୀକରଣ କରି ହିତାଧିକାରୀ ଭାବେ ଚୟନ ହୋଇଥିବା ମା ମାନଙ୍କୁ ସେମାନଙ୍କ ରହଣି ସ୍ଥାନ ଓ କେତେ ତାରିଖରେ ପହଞ୍ଚିବେ ସେମାନଙ୍କୁ ସୂଚନା ଦିଆଯିବ। ବିନା ପଞ୍ଜୀକରଣରେ ଅପ୍ରତ୍ୟାଶିତ ଭାବେ ହବିଷ୍ୟାଳୀ ଶିବିରକୁ ଆସୁଥିବା ବ୍ୟକ୍ତିଙ୍କ ଅନୁରୋଧକୁ ଗ୍ରହଣ କରାଯିବ ନାହିଁ। ଶିବିରରେ ହିତାଧିକାରୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ଅସୁସ୍ଥ ଥିଲେ ପ୍ରବେଶ ଅନୁମତି ମିଳିବ ନାହିଁ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି।

ସୂଚନାଥାଉ କି, ଶ୍ରୀକ୍ଷେତ୍ରରେ ରହି କାର୍ତ୍ତିକରେ ‘ରାଇଦାମୋଦର ବ୍ରତ’ ପାଳନ କରିବା ପାଇଁ ୨୦୧୬ ମସିହାରୁ ତତ୍କାଳୀନ ବିଜେଡି ସରକାରଙ୍କ ପକ୍ଷରୁ ହବିଷ୍ୟାଳୀ ଯୋଜନା ଆରମ୍ଭ କରାଯାଇଥିଲା। କୋଭିଡ୍‌ ମହାମାରୀ ପାଇଁ ୨୦୨୦ ଓ ୨୦୨୧ରେ ଏହା ବନ୍ଦ ଥିବା ବେଳେ ପୁନଶ୍ଚ ୨୦୨୨ରୁ ଏହାର ଜାରି ରହିଛି। ପ୍ରତିବର୍ଷ ପ୍ରାୟ ୩ ହଜାରରୁ ଊର୍ଦ୍ଧ୍ବ ବ୍ରତଧାରୀଙ୍କୁ ସରକାର ପୁରୀରେ ମାସେ ପର୍ଯ୍ୟନ୍ତ ରଖି ସେମାନଙ୍କୁ ବ୍ରତ ପାଇଁ ସବୁ ପ୍ରକାର ସୁବିଧା ସୁଯୋଗ ପ୍ରଦାନ କରିଥାନ୍ତି।

Leave A Reply

Your email address will not be published.