ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ

ବିଦାୟକାଳୀନ ସମ୍ବର୍ଦ୍ଧନା ବେଳେ ଭାବବିହ୍ବଳ ହେଲେ ଅରୁଣ ଷଢ଼ଙ୍ଗୀ

0

କାଲିଠୁ ଆଉ ପିନ୍ଧି ପାରିବିନି ୟୁନିଫର୍ମ, ଶୁଣିଲେ ଦୁଃଖ ଲାଗୁଛି

ଭୁବନେଶ୍ବର: ଏତେଶୀଘ୍ର ୟୁନିଫର୍ମ ଖୋଲିବି ଭାବି ନଥିଲି। ଶୁଣିଲେ ଦୁଃଖ ଲାଗୁଛି। କାଲିଠୁ ଆଉ ପିନ୍ଧି ପାରିବିନି ୟୁନିଫର୍ମ। ବିଦାୟକାଳୀନ ସମ୍ବର୍ଦ୍ଧନା ବେଳେ ଭାବବିହ୍ବଳ ହୋଇ ଏମିତି କଥା କହିଛନ୍ତି ବରିଷ୍ଠ ଆଇପିଏସ୍‌ ଅଧିକାରୀ ଅରୁଣ ଷଡ଼ଙ୍ଗୀ। ୟୁନିଫର୍ମ ହେଉଛି ସୁରକ୍ଷା କବଚ । ମାନସିକ ସ୍ତରରେ ୟୁନିଫର୍ମ ଖୋଲିବାକୁ ପ୍ରସ୍ତୁତ ନଥିଲି। ୩୩ ବର୍ଷର ଚାକିରି କାଳ ଭିତରେ ଅନେକ ସଫଳତା ଓ ବିଫଳତା ଦେଖିଛି।

୧୯୯୦ ବ୍ୟାଚ ଆଇପିଏସ୍‌ ତଥା ପୂର୍ବତନ ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀଙ୍କୁ ସରକାରୀ ଚାକିରିରୁ ସ୍ବେଚ୍ଛାକୃତ ଅବସର ନେବା ପାଇଁ ଅନୁମତି ଦେଇଛନ୍ତି। ଏ ନେଇ ଶନିବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ସେ ନିଜର ନୂଆ ଦାୟିତ୍ୱ ଆସନ୍ତା ସୋମବାର ଗ୍ରହଣ କରିବେ ବୋଲି ଜଣାପଡ଼ିଛି। ରାଜ୍ୟ ସରକାର ତାଙ୍କୁ ଓଡ଼ିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ରାଜ୍ୟ ସରକାର ସର୍ବଭାରତୀୟ ସେବା ରୁଲ୍‌ସ-୧୯୫୮ର ଉପଧାରା-୨ରେ ଥିବା ସର୍ତ୍ତାବଳୀକୁ କୋହଳ କରି ତାଙ୍କୁ ଚାକିରିରୁ ଅବସର ନେବାକୁ ଅନୁମତି ଦେଇଛନ୍ତି। ଏଥିସହିତ ସେ ସର୍ବଭାରତୀୟ ସେବା ରୁଲ୍‌ସ-୧୯୫୮ର ବ୍ୟବସ୍ଥା ଆଧାରରେ ସମସ୍ତ ଅବସରକାଳୀନ ସୁବିଧା ପାଇବାକୁ ହକ୍‌ଦାର ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି।

ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ବିଜୁ ପଟ୍ଟନାୟକ ପୋଲିସ ପ୍ରଶିକ୍ଷଣ କେନ୍ଦ୍ରର ନିର୍ଦ୍ଦେଶକ ଷଡ଼ଙ୍ଗୀଙ୍କୁ ରାଜ୍ୟ ସରକାର ସେପ୍ଟେମ୍ବର ୨୭ତାରିଖରେ ଓଡ଼ିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଥିଲେ। ଅରୁଣ ନିଜର ନୂଆ ଦାୟିତ୍ୱ ନେବା ପାଇଁ ସେପ୍ଟେମ୍ବର ୩୦ତାରିଖରେ ଚାକିରିରୁ ସ୍ବେଚ୍ଛାକୃତ ଅବସର ପାଇଁ ଆବେଦନ କରିଥିଲେ। ଅକ୍ଟୋବର ୭ତାରିଖ ପୂର୍ବାହ୍ନରୁ ତାଙ୍କୁ ଅବସର ପାଇଁ ଅନୁମତି ଦେବାକୁ ସେ ଅନୁରୋଧ କରିଥିଲେ।

Leave A Reply

Your email address will not be published.