ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

ଜାହାନିଆ ସମୁଦ୍ରକୂଳରେ ସୋଆ ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀଙ୍କ ପକ୍ଷରୁ ସଫେଇ କାର୍ଯ୍ୟକ୍ରମ

0

ଭୁବନେଶ୍ୱର, ଅକ୍ଟୋବର ୭: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀମାନଙ୍କ ପକ୍ଷରୁ ‘ସ୍ୱଚ୍ଛତା ହି ସେବା’ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ପୁରୀ ଜିଲ୍ଲା ଅସ୍ତରଙ୍ଗ ନିକଟବର୍ତୀ ଜାହାନିଆ ସମୁଦ୍ରକୂଳରେ ସଫେଇ କରାଯାଇଛି । ସମୁଦ୍ରକୂଳ ସଫେଇ ନେଇ ସଚେତନତା, ଉପକୂଳ ପରିବେଶ ସଂରକ୍ଷଣ ଏବଂ ପ୍ରଦୂଷଣ ମୁକ୍ତ ତଟ ବିଷୟରେ ସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା ।

ପ୍ରୋଗ୍ରାମ ଅଫିସର ଡକ୍ଟର ମୋଉ ରାୟ, ଡକ୍ଟର ଶ୍ୟାମଳେନ୍ଦୁ ତ୍ରିପାଠୀ, ଡକ୍ଟର ରାକେଶ ରୋଶନ୍ ଶତପଥୀ ଏବଂ ଡକ୍ଟର ଅନନ୍ତ ପ୍ରସାଦ ନନ୍ଦଙ୍କ ନେତୃତ୍ୱରେ ୯୦ ଜଣ ସ୍ୱେଚ୍ଛାସେବୀ ଏହି ସମୁଦ୍ର ତଟର ୫ କିମି ପରିସୀମା ସଫେଇ କରିଥିଲେ । ସେମାନେ ପ୍ଲାଷ୍ଟିକ୍ ପାଣିବୋତଲ, ବସ୍ତୁ ଓ ଚକଲେଟ୍ ଖୋଳ ଭଳି ପଦାର୍ଥ ସଂଗ୍ରହ କରିଥିଲେ । ସମୁଦ୍ରକୂଳ ସଫା କରିବା ପରେ ସ୍ୱେଚ୍ଛାସେବୀଙ୍କ ମଧ୍ୟରେ ଆନନ୍ଦ ଖେଳିଯାଇଥିଲା। ସଫେଇ କାର୍ଯ୍ୟକ୍ରମ ସମେତ ଏନ୍‌ଏସଏସ୍ ସ୍ୱେଚ୍ଛାସେବୀ ସମୁଦ୍ରକୂଳକୁ ବୁଲି ଆସିଥିବା ପର୍ଯ୍ୟଟକମାନଙ୍କୁ ବର୍ଜ୍ୟବସ୍ତୁକୁ ପକାଇବା ପାଇଁ ଡଷ୍ଟବିନ୍‌ର ବ୍ୟବହାର ନିମନ୍ତେ ସଚେତନ କରାଇଥିଲେ ।

Leave A Reply

Your email address will not be published.