ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ

ଜମି ଦୁର୍ନୀତି ମାମଲାରେ ଲାଲୁଙ୍କ ସମେତ ୯ଜଣଙ୍କୁ ମିଳିଲା ଜାମିନ

0

ବିହାର: ବିହାର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ପରିବାରକୁ ମିଳିଲା ବଡ଼ ଆଶ୍ୱସ୍ତି। ଚାକିରି ପାଇଁ ଜମି ମାମଲାରେ ଲାଲୁ ପ୍ରସାଦ ଯାଦବଙ୍କ ସମେତ ସମସ୍ତ ୯ ଅଭିଯୁକ୍ତଙ୍କୁ ରାଉସ୍‌ ଆଭେନ୍ୟୁ କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଏହି ମାମଲାର ଶୁଣାଣି ସୋମବାର ହୋଇଥିଲା।
ବର୍ତ୍ତମାନ ପରବର୍ତ୍ତୀ ଶୁଣାଣି ୨୫ ଅକ୍ଟୋବରରେ ହେବ। ସମସ୍ତଙ୍କୁ ୧ ଲକ୍ଷ ଟଙ୍କା ବ୍ୟକ୍ତିଗତ ବଣ୍ଡ୍‌ରେ ଜାମିନ ପ୍ରଦାନ କରାଯାଇଛି। ଏଥିସହିତ କୋର୍ଟ ସମସ୍ତ ଅଭିଯୁକ୍ତଙ୍କୁ ସେମାନଙ୍କ ପାସ୍‌ପୋର୍ଟ ଦାଖଲ କରିବାକୁ କହିଛନ୍ତି। ବିନା ଅନୁମତିରେ କେହି ଦେଶ ବାହାରକୁ ନ ଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହା ସହିତ ସମସ୍ତଙ୍କୁ ଚାର୍ଜଶିଟର ଏକ କପି ଦେବାକୁ କୁହାଯାଇଛି। ଏହି ମାମଲାରେ ତେଜ ପ୍ରତାପ ଯାଦବ ପ୍ରଥମ ଥର ପାଇଁ କୋର୍ଟରେ ହାଜର ହୋଇଥିଲେ।

ଚାକିରି ପାଇଁ ଜମି ମାମଲାରେ ପୂର୍ବତନ ରେଳମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ, ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ, ଲାଲୁଙ୍କ ବଡ଼ ପୁଅ ତେଜପ୍ରତାପ ଯାଦବ, ମିସା ଭାରତୀ ରାଉସ୍‌ ଆଭେନ୍ୟୁ କୋର୍ଟରେ ପହଞ୍ଚିଥିଲେ। ଇଡି ଚାର୍ଜଶିଟ୍‌ ଗ୍ରହଣ କରି କୋର୍ଟରେ ହାଜର ହେବାକୁ ସମନ ଜାରି କରାଯାଇଥିଲା। ଅଗଷ୍ଟ ୬ରେ ଅଭିଯୁକ୍ତଙ୍କ ବିରୋଧରେ ଇଡି ଏକ ସପ୍ଲିମେଣ୍ଟାରୀ ଚାର୍ଜଶିଟ ଦାଖଲ କରିଥିଲା। ଏହି ମାମଲାରେ ଇଡି ଦ୍ୱାରା ଦାଖଲ ହୋଇଥିବା ଚାର୍ଜଶିଟରେ ୧୧ ଜଣ ଅଭିଯୁକ୍ତଙ୍କ ନାମ ଥିଲା। ସେଥିମଧ୍ୟରୁ ୪ ଜଣଙ୍କର ମୃତ୍ୟୁ ହୋଇଛି।

Leave A Reply

Your email address will not be published.