ପ୍ରମୁଖ ଖବର

ବିମାନରେ ପାୱାର ବ୍ୟାଙ୍କ ନେବା ମନା
ବିନା ଅନୁମୋଦନରେ ୟୁନିଟ୍ ନିର୍ମାଣ, ପାରାଦୀପ ଆଇଓସିଏଲ୍‌କୁ ସରକାରଙ୍କ ନୋଟିସ୍
ରେଳ କର୍ମଚାରୀଙ୍କୁ ୧୭,୯୫୧ ଟଙ୍କା ବୋନସ୍‌, କ୍ୟାବିନେଟ୍‌ର ମଞ୍ଜୁରି
୨୦୨୯ରେ ବିରୋଧୀଙ୍କ ପରାଜୟ ସୁନିଶ୍ଚିତ: ଅମିତ ଶାହା
ମମତା ବାନାର୍ଜୀଙ୍କୁ ଛୁରିରେ ଆକ୍ରମଣ ଉଦ୍ୟମ, ମହିଳା ଅଟକ
ବୋମା ଧମକ ପରେ ଜୟପୁରରେ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ
ବିହାରରେ ଡଙ୍ଗା ବୁଡ଼ି ଚାଲିଗଲା ୧୧ ଜୀବନ

୧ କୋଟି ଛୁଇଁଲା ସୁଭଦ୍ରା ଯୋଜନା ପଞ୍ଜୀକରଣ

0

ଭୁବନେଶ୍ବର; ସୋମବାର ସୁଦ୍ଧା ଓଡ଼ିଶାର ୧ କୋଟି ୨୦ ହଜାର ମହିଳା ହିତାଧିକାରୀ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭାରମ୍ଭ କରିଥିବା “ସୁଭଦ୍ରା” ଯୋଜନାରେ ଏକ କୋଟିରୁ ଅଧିକା ହିତାଧିକାରୀଙ୍କୁ ପଞ୍ଜୀକୃତ କରିବା ଏକ ବଡ ଉପଲବ୍ଧି ହେବ ବୋଲି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି।

ଆସନ୍ତା ଅକ୍ଟୋବର ୯ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରିପଦା ଠାରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଦ୍ଵିତୀୟ ପର୍ଯ୍ୟାୟରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିବେ। ଏହା ସହ ହିତାଧିକାରୀମାନଙ୍କ ବ୍ୟାଙ୍କ ଖାତା ସଚଳ ଅଛି କି ନାହିଁ ତାହା ପରୀକ୍ଷା କରିବା ସହ ସ୍ଵଚ୍ଛତା ଅନୁଧ୍ୟାନ କରିବା ନିମନ୍ତେ ପ୍ରଥମ ପର୍ଯ୍ୟାୟରେ ଯୋଗ୍ୟ ବିବେଚିତ ହୋଇଥିବା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପରୀକ୍ଷାମୂଳକ ଭାବେ ଏକ ଟଙ୍କା ପଠାଇଯିବାର ବ୍ୟବସ୍ଥା କରାଯାଇଥିଲା।

ଦ୍ଵିତୀୟ ପର୍ଯ୍ୟାୟ ନିମନ୍ତେ ଏପରି କିଛି ବ୍ୟବସ୍ଥା ଏଯାବତ ଆରମ୍ଭ କରାଯାଇନାହିଁ ବୋଲି ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ମିଥ୍ୟା ଖବର ଦ୍ଵାରା ଭ୍ରମିତ ନ ହୋଇ ସୁଭଦ୍ରା ଯୋଜନା ସମ୍ବନ୍ଧୀୟ ସମସ୍ତ ଅପଡେଟ ଖବର ପାଇଁ ସୁଭଦ୍ରାର ଅଫିସିଆଲ ୱେବସାଇଟ କିମ୍ବା ଅଫିସିଆଲ ସୋସିଆଲ ମିଡିଆକୁ ଅନୁସରଣ କରନ୍ତୁ ଅବା ଟୋଲ ଫ୍ରୀ ନମ୍ବର(୧୪୬୭୮)କୁ କଲ କରନ୍ତୁ ବୋଲି ବିଭାଗ ପକ୍ଷରୁ ସୂଚିତ କରାଯାଉଛି।

Leave A Reply

Your email address will not be published.