ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

୧ କୋଟି ଛୁଇଁଲା ସୁଭଦ୍ରା ଯୋଜନା ପଞ୍ଜୀକରଣ

0

ଭୁବନେଶ୍ବର; ସୋମବାର ସୁଦ୍ଧା ଓଡ଼ିଶାର ୧ କୋଟି ୨୦ ହଜାର ମହିଳା ହିତାଧିକାରୀ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭାରମ୍ଭ କରିଥିବା “ସୁଭଦ୍ରା” ଯୋଜନାରେ ଏକ କୋଟିରୁ ଅଧିକା ହିତାଧିକାରୀଙ୍କୁ ପଞ୍ଜୀକୃତ କରିବା ଏକ ବଡ ଉପଲବ୍ଧି ହେବ ବୋଲି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି।

ଆସନ୍ତା ଅକ୍ଟୋବର ୯ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରିପଦା ଠାରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଦ୍ଵିତୀୟ ପର୍ଯ୍ୟାୟରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିବେ। ଏହା ସହ ହିତାଧିକାରୀମାନଙ୍କ ବ୍ୟାଙ୍କ ଖାତା ସଚଳ ଅଛି କି ନାହିଁ ତାହା ପରୀକ୍ଷା କରିବା ସହ ସ୍ଵଚ୍ଛତା ଅନୁଧ୍ୟାନ କରିବା ନିମନ୍ତେ ପ୍ରଥମ ପର୍ଯ୍ୟାୟରେ ଯୋଗ୍ୟ ବିବେଚିତ ହୋଇଥିବା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପରୀକ୍ଷାମୂଳକ ଭାବେ ଏକ ଟଙ୍କା ପଠାଇଯିବାର ବ୍ୟବସ୍ଥା କରାଯାଇଥିଲା।

ଦ୍ଵିତୀୟ ପର୍ଯ୍ୟାୟ ନିମନ୍ତେ ଏପରି କିଛି ବ୍ୟବସ୍ଥା ଏଯାବତ ଆରମ୍ଭ କରାଯାଇନାହିଁ ବୋଲି ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ମିଥ୍ୟା ଖବର ଦ୍ଵାରା ଭ୍ରମିତ ନ ହୋଇ ସୁଭଦ୍ରା ଯୋଜନା ସମ୍ବନ୍ଧୀୟ ସମସ୍ତ ଅପଡେଟ ଖବର ପାଇଁ ସୁଭଦ୍ରାର ଅଫିସିଆଲ ୱେବସାଇଟ କିମ୍ବା ଅଫିସିଆଲ ସୋସିଆଲ ମିଡିଆକୁ ଅନୁସରଣ କରନ୍ତୁ ଅବା ଟୋଲ ଫ୍ରୀ ନମ୍ବର(୧୪୬୭୮)କୁ କଲ କରନ୍ତୁ ବୋଲି ବିଭାଗ ପକ୍ଷରୁ ସୂଚିତ କରାଯାଉଛି।

Leave A Reply

Your email address will not be published.