ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଆଜି ଆସିବା ସୁଭଦ୍ରାର ପରୀକ୍ଷାମୂଳକ ୧ ଟଙ୍କା

0

ଭୁବନେଶ୍ବର: ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପରୀକ୍ଷାମୂଳକ ଭାବେ ଆଜି ଆସିବା ୧ଟଙ୍କା। ପୁଣି ଆସିବ ସୁଭଦ୍ରା କିସ୍ତି । ‘ସୁଭଦ୍ରା’ର ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟର ଆଜି ଆସିବ ୧ ଟଙ୍କା । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

ତେବେ ଆସନ୍ତା ୯ ତାରିଖରେ ଯୋଗ୍ୟ ମହିଳା ହିତାଧିକାରୀଙ୍କୁ ‘ସୁଭଦ୍ରା’ର ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟର ଟଙ୍କା ଦିଆଯିବ । ଏହାକୁ ନେଇ ଆଜି ସୁଦ୍ଧା ପାଖାପାଖି ୧ କୋଟି ମହିଳାଙ୍କ ଆବେଦନ ପୂରଣ ହେବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ । ଏଥିସହିତ ଆଜି ସୁଦ୍ଧା ୩୨ ଲକ୍ଷ ଏମପିସିଆଇ କ୍ଲିୟରାନ୍ସ ସମ୍ପୂର୍ଣ୍ଣ ହୋଇଛି ।

ତେବେ କହିରଖୁଛୁ, ତେବେ ସେପ୍ଟେମ୍ବର ୧୭ରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ହାତରେ ଓଡିଶାରେ ସୁଭଦ୍ରା ସହାୟତା ଆରମ୍ଭ ହୋଇଥିଲା । ଯେଉଁଥିରେ ପାଖାପାଖି ୨୫ ଲକ୍ଷ ମହିଳାଙ୍କୁ ସୁଭଦ୍ରାର ପ୍ରଥମ କିସ୍ତି ଭାବେ ୫ ହଜାର ଲେଖାଏଁ ଟଙ୍କା ପ୍ରଦାନ କରାଯାଇଛି । ଆସନ୍ତା ଅକ୍ଟୋବର ୯ରେ ସୁଭଦ୍ରା ଯୋଜନାର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା ମିଳିବ । ଏଥିପାଇଁ ବାରିପଦାରେ ସଭା ଆୟୋଜିତ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହାତରେ ଏହି ଟଙ୍କା ପ୍ରଦାନ କରାଯିବ । ଦ୍ବିତୀୟ ପର୍ଯ୍ୟାୟରେ ପ୍ରାୟ ୪୦ ଲକ୍ଷ ମହିଳା ସାମିଲ ହେବେ । ଅକ୍ଟୋବର ୭ ସୁଦ୍ଧା ଯେଉଁମାନେ ଆବେଦନ କରିଥିବେ ସେମାନଙ୍କ ମଧ୍ୟରୁ ଯୋଗ୍ୟ ମହିଳାମାନେ ଏହି ଯୋଜନାରେ ସାମିଲ ହେବେ । ତେବେ ମାର୍ଚ୍ଚ ୮ ଯାଏଁ ସୁଭଦ୍ରା ଆବେଦନ ପାଇଁ ସମୟ ସୀମା ରହିଛି ।

Leave A Reply

Your email address will not be published.