ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ବଦଳିବ ସରକାରୀ କୋଠାର ରଙ୍ଗ

0

ଭୁବନେଶ୍ବର: ଓଡ଼ିଶା ସରକାରଙ୍କ ବଡ ନିଷ୍ପତ୍ତି। ରାଜ୍ୟରେ ସମସ୍ତ ସରକାରୀ କୋଠାର ରଙ୍ଗ ପରିବର୍ତ୍ତନ କରାଯାଇ ଗୋଟିଏ ରଙ୍ଗ ହେବ। ସେହିପରି ପୁରୁଣା କୋଠାଗୁଡ଼ିକର ମରାମତି ବା ନବୀକରଣ କରାଯିବ। ଏନେଇ ଆଜି ରାଜ୍ୟ ସରକାରଙ୍କ ପୂର୍ତ୍ତ ବିଭାଗ ପକ୍ଷରୁ ଇଆଇସି (ସିଭିଲ-କମ୍-ରୋଡ୍‌ସ), ଇଆଇସି (ଡିପିକ୍ୟୁ), ଓବି ଆଣ୍ଡ ସିସି ଏଲଟିଡି ଇଆଇସି ତଥା ଏମଡିଙ୍କୁ ଚିଠି କରାଯାଇଛି। ଏହା ସହିତ ପୂର୍ତ୍ତ ବିଭାଗ ଅଧୀନରେ କାର୍ଯ୍ୟ କରୁଥିବା ସମସ୍ତ ମୁଖ୍ୟ ଯନ୍ତ୍ରୀମାନଙ୍କୁ ଏନେଇ ଚିଠି କରାଯାଇଛି।

ତେବେ ସରକାରୀ କୋଠାର ବାହାର ପଟ କମଳା ଓ ନାଲି ବର୍ଡ଼ର ରହିବ। ସେହିପରି କାର୍ଯ୍ୟକ୍ଷମ କୋଠାଗୁଡ଼ିକର ମରାମତି ଓ ନବୀକରଣ କାର୍ଯ୍ୟ ବେଳେ ସେଗୁଡ଼ିକର ବାହାର ପଟକୁ କମଳା ସହିତ ରେଡ୍ ଶେଡ୍ ବର୍ଡର ଦେଇ ରଙ୍ଗ କରାଯିବ ବୋଲି ପୂର୍ତ୍ତ ବିଭାଗ ପକ୍ଷରୁ କୁହାଯାଇଛି। ଏହା ପୂର୍ବରୁ ନୂଆ ସରକାର ଆସିବା ପରେ ନିକଟରେ ସରକାର ବିଦ୍ୟାଳୟର ୟୁନିଫର୍ମ ରଙ୍ଗ ମଧ୍ୟ ବଦଳାଇବାକୁ ନିଷ୍ପତ୍ତି ନେଇଥିଲେ।

Leave A Reply

Your email address will not be published.