ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

୧୩ଟି ଥାନାରେ ନାହିଁ ସିସିଟିଭି, ୪୫୬ଟି ଥାନାରେ ଅଚଳ

0

କଟକ: ଆଜି ହାଇକୋର୍ଟରେ ଭରତପୁର ଥାନା ମାମଲାର ଶୁଣାଣି ହୋଇଛି। ଶୁଣାଣି ବେଳେ ବ୍ୟକ୍ତିଗତ ଭାବେ ହାଇକୋର୍ଟରେ ହାଜର ହୋଇ ଉତ୍ତର ରଖିଛନ୍ତି ଏଡିଜି ଦୟାଲ ଗଙ୍ଗଓ୍ବାର୍। ସେ କହିଛନ୍ତି ରାଜ୍ୟର ୪୫୬ଟି ଥାନାରେ ସଠିକ ଭାବେ କାମ କରୁନି ସିସିଟିଭି। ସେହିପରି ୧୩ଟି ଥାନାରେ ସିସିଟିଭି ଆଦୌ ନଥିବା ହାଇକୋର୍ଟଙ୍କୁ ଜଣାଇଛନ୍ତି ଏଡିଜି ଦୟାଲ ଗଙ୍ଗୱାର୍‌।

ତେବେ ୧୫ ଦିନ ଭିତରେ୧୩ଟି ଥାନାରେ ସିସିଟିଭି ଲଗାଯିବ ବୋଲି ଏଡିଜେ କୋର୍ଟଙ୍କୁ ଜଣାଇଛନ୍ତି। ୧୫ ଦିନରେ ସବୁ ଥାନାର ସିସିଟିଭି କନେକସନ୍ ଏସପି ଅଫିସ୍ ରେ ରହିବ। ଏହାଦ୍ବାରା ଏସପି ନିଜେ ସବୁ ଥାନାର ସ୍ଥିତି ବିଷୟରେ ଅବଗତ ହୋଇପାରିବେ।

ଭରତପୁର ମାମଲା ପରେ ହାଇକୋର୍ଟ ରାଜ୍ୟର କେତୋଟି ଥାନାରେ ସିସିଟିଭି ଅଛି କି ନାହିଁ ସେନେଇ ସରକାରଙ୍କୁ ଜବାବ ତଲବ କରିଥିଲେ। ପରେ ଯେଉଁ ସବୁ ଥାନାରେ ସିସିଟଭି ନାହିଁ ସେହି ଥାନା ଗୁଡ଼ିକରେ ସିସିଟିଭି ଲଗାଇବାକୁ ସରକାର ନିର୍ଦ୍ଦେଶ ଦେଇଥିଲେ।

Leave A Reply

Your email address will not be published.