ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ଲଗାତାର ୧୦ମ ଥର ଅପରିବର୍ତ୍ତିତ ରହିଲା ରେପୋ ରେଟ୍

0

ବଢିବନି ହୋମ୍‌‌ ଲୋନ୍‌‌ ଇଏମ୍‌‌ଆଇ
ନୂଆଦିଲ୍ଲୀ; ଭାରତୀୟ ରିଜର୍ଭ ବ୍ୟାଙ୍କ ପୁଣିଥରେ ରେପୋ ରେଟ୍(ସୁଧ ହାର) ଅପରିବର୍ତ୍ତିତ ରଖିଛନ୍ତି। ରେପୋରେଟ୍‌ ୬.୫%ରେ ଅପରିବର୍ତ୍ତିତ ରଖିବାକୁ ଘୋଷଣା କରିଛି ଆରବିଆଇ। ମନିଟାରୀ ପଲିସି କମିଟି ନିଷ୍ପତ୍ତି ନେଇଥିବା ସୂଚନା ରହିଛି। ବଜେଟ୍ ୨୦୨୪ ଆସିବା ପରେ ଅନୁଷ୍ଠିତ ହୋଇଥିବା ମୁଦ୍ରା ନୀତି କମିଟି(ଏମପିସି) ବୈଠକରେ ଆରବିଆଇ ଏହି ନିଷ୍ପତ୍ତି ନେଇଥିବା କେନ୍ଦ୍ରୀୟ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଘୋଷଣା କରିଛନ୍ତି।

ଲଗାତାର ୧୦ମ ଥର ପାଇଁ ରେପୋ ରେଟ୍‌ ଅପରିବର୍ତ୍ତିତ ରଖିଲା ଆରବିଆଇ। ସୂଚନା ଦେଲେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ। ରେପୋ ରେଟ୍‌ ଅପରିବର୍ତ୍ତିତ ଯୋଗୁଁ ଇଏମଆଇ ରେ ପରିବର୍ତ୍ତନ ହେବନି। ଋଣ କିସ୍ତି ବଢିବ ନାହିଁ କି ହ୍ରାସ ପାଇବ ନାହିଁ। ଆରବିଆଇ ଗଭର୍ଣ୍ଣର କହିଛନ୍ତି ଯେ ଏମପିସି ବୈଠକରେ ରେପୋ ରେଟ୍‌କୁ ୬.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି ନିଆଯାଇଛି।

ସେହିପରି ରିଭର୍ସ ରେପୋ ରେଟ୍‌କୁ ୩.୩୫% ଓ ବ୍ୟାଙ୍କ ରେଟ୍‌କୁ ୬.୭୫%ରେ ସ୍ଥିର ରହିଛି। ନୀତିଗତ ଆଭିମୁଖ୍ୟକୁ ମଧ୍ୟ ନ୍ୟୁଟ୍ରଲ ରଖାଯାଇଛି। ପ୍ରଥମ ତ୍ରୈମାସରେ ଜିଡିପି ଅଭିବୃଦ୍ଧି ହାର ୬.୭ ପ୍ରତିଶତ ହେବ ବୋଲି ଆକଳନ କରାଯାଇଛି। ଆରବିଆଇର ମୁଦ୍ରା ନୀତି କମିଟିର ବୈଠକ ସୋମବାର ଠାରୁ ଆରମ୍ଭ ହୋଇଛି। ଏହି ମାସ ଆରମ୍ଭରେ ସରକାର ମୁଦ୍ରା ନୀତି କମିଟି (ଏମପିସି)-ଭାରତର ରିଜର୍ଭ ବ୍ୟାଙ୍କର ରେଟ୍ ସେଟିଂ କମିଟି ପୁର୍ନଗଠନ କରିଥିଲେ। ଏଥର କମିଟି ତିନିଜଣ ନୂତନ ନିଯୁକ୍ତ ବାହ୍ୟ ସଦସ୍ୟଙ୍କ ସହ ଏହି ବୈଠକ କରିଛନ୍ତି।

Leave A Reply

Your email address will not be published.