ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

ପଞ୍ଚଭୂତରେ ବିଲୀନ ହେଲେ ରତନ ଟାଟା

0

ମହାରାଷ୍ଟ୍ର: ପଞ୍ଚଭୂତରେ ବିଲୀନ ହୋଇଛି ରତନ ଟାଟାଙ୍କ ପାର୍ଥିବ ଶରୀର। ବିଶିଷ୍ଟ ଶିଳ୍ପପତି ରତନ ଟାଟାଙ୍କ ଅନ୍ତିମ ସଂସ୍କାର ରାଜକୀୟ ସମ୍ମାନ ସହିତ ମୁମ୍ବାଇର ୱର୍ଲି ସ୍ମଶାନରେ କରାଯାଇଛି। ଟାଟା ସନ୍ସର ସମ୍ମାନିତ ପୂର୍ବତନ ଚେୟାରମ୍ୟାନ୍ ରତନ ଟାଟାଙ୍କର ୮୬ ବର୍ଷ ବୟସରେ ବୁଧବାର ରାତିରେ ଦେହାନ୍ତ ହୋଇଛି। ସେ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ତାଙ୍କର ମୃତଦେହକୁ ଶେଷ ଦର୍ଶନ ପାଇଁ ମୁମ୍ବାଇର ଏନସିପିଏ ଗ୍ରାଉଣ୍ଡରେ ଗୁରୁବାର ଅପରାହ୍ନ ୩.୩୦ ପର୍ଯ୍ୟନ୍ତ ରଖାଯାଇଥିଲା। ଯେଉଁଠାରେ ବହୁ ସଂଖ୍ୟକ ଲୋକ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପାର୍ସୀ ରୀତିନୀତିରେ ରତନ ଟାଟାଙ୍କ ଅନ୍ତିମ ସତ୍କାର ସମ୍ପାଦନ ହୋଇଛି।

ଶେଷ ଦର୍ଶନ ପରେ ତାଙ୍କର ଅନ୍ତିମ ସଂସ୍କାର ପାଇଁ ୱର୍ଲି ଅଭିମୁଖେ ନିଆଯାଇଥିଲା। ଏହି ସମୟରେ ରାସ୍ତାର ଦୁଇ ପାର୍ଶ୍ୱରେ ହଜାର ହଜାର ଲୋକେ ଛିଡା ହୋଇ ରତନଙ୍କୁ ଅନ୍ତିମ ବିଦାୟ ଦେଉଥିଲେ। ଏକଦା ମୁମ୍ବାଇରେ ଜନ୍ମିତ ଛୋଟୁ ଟାଟା କମ୍ପାନୀକୁ ଏକ ବୈଶ୍ଵିକ ବ୍ରାଣ୍ଡରେ ପରିଣତ କରିଥିଲେ।

ରତନଙ୍କ ଶେଷ ଯାତ୍ରାରେ ଦେଶର ପ୍ରମୁଖ ରାଜନୀତିଜ୍ଞ ତଥା ମୁକେଶ ଅମ୍ବାନୀ ଏବଂ ଗୌତମ ଆଦାନିଙ୍କ ପରି ଶିଳ୍ପପତି ଯୋଗ ଦେଇଥିଲେ। ରତନଙ୍କ ବିୟୋଗରେ ମହାରାଷ୍ଟ୍ର ସରକାର ଦିନିକିଆ ଶୋକ ଘୋଷଣା କରିଥିଲେ। ରତନ ତାଙ୍କର ସରଳ ଜୀବନଶୈଳୀ ଏବଂ ଉଦାର ମାନବିକତା ପାଇଁ ବିଶ୍ୱରେ ପରିଚିତ।

Leave A Reply

Your email address will not be published.