ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

ରତନ ଟାଟାଙ୍କୁ ‘ଭାରତ ରତ୍ନ’ ସମ୍ମାନରେ ସମ୍ମାନିତ ପ୍ରସ୍ତାବ ପାରିତ

0

ମହାରାଷ୍ଟ୍ର: ଦେଶର ପ୍ରସିଦ୍ଧ ବିଜନେସ ଟାଇକୁନ ରତନ ଟାଟାଙ୍କର ବୁଧବାର ରାତିରେ (୯ ଅକ୍ଟୋବର ୨୦୨୪) ୮୬ ବର୍ଷ ବୟସରେ ମୁମ୍ବାଇର ଏକ ହସ୍ପିଟାଲରେ ପରଲୋକ ହୋଇଛି। ନିଜର ସରଳ ସ୍ବଭାବ ଏବଂ ଦୟାର୍ଦ ହୃଦୟ ପାଇଁ ଲୋକଙ୍କ ହୃଦୟରେ ଏକ ବିଶେଷ ସ୍ଥାନ ସୃଷ୍ଟି କରିଥିବା ରତନ ଟାଟା ଶିକ୍ଷା, ସ୍ବାସ୍ଥ୍ୟ ସେବା, ଗ୍ରାମୀଣ ବିକାଶ ଏବଂ ବିପର୍ଯ୍ୟୟ ପ୍ରଶମନ କ୍ଷେତ୍ରରେ ଅନେକ ଅବଦାନ ଦେଇଛନ୍ତି। ସେ ଦେଶ ପାଇଁ ଥିଲେ ଜଣେ ଅମୂଲ୍ୟ ରତ୍ନ।

ଏହି ପରିପ୍ରେକ୍ଷୀରେ ମହାରାଷ୍ଟ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ମହାରାଷ୍ଟ୍ରର ସିନ୍ଦେ ସରକାର ରତନ ଟାଟାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିବା ପ୍ରସ୍ତାବକୁ ପାରିତ କରିଛନ୍ତି। ବର୍ତ୍ତମାନ କେନ୍ଦ୍ର ସରକାର ଏହି ପ୍ରସ୍ତାବ ଉପରେ ଚୂଡ଼ାନ୍ତ ନିଷ୍ପତ୍ତି ନେବେ। ଆଜି ମହାରାଷ୍ଟ୍ର କ୍ୟାବିନେଟ୍‌ ବୈଠକ ବସିଥିଲା। ଏଥିରେ ରତନ ଟାଟାଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯିବା ସହ ଏକ ଶୋକ ପ୍ରସ୍ତାବ ପାରିତ କରାଯାଇଥିଲା। ଏହା ପରେ ଭାରତ ରତ୍ନ ପୁରସ୍କାର ପାଇଁ ତାଙ୍କ ନାମ ପ୍ରସ୍ତାବ ଦେବାକୁ ନିଷ୍ପତ୍ତି ନିଆଯାଇଛି। ମହାରାଷ୍ଟ୍ର ସରକାର ବର୍ତ୍ତମାନ ଏହି ପ୍ରସ୍ତାବକୁ କେନ୍ଦ୍ର ସରକାରଙ୍କ ନିକଟକୁ ପଠାଇବେ। ଏଥିସହ ରତନ ଟାଟାଙ୍କ ମୃତ୍ୟୁକୁ ନେଇ ମହାରାଷ୍ଟ୍ରରେ ଦିନିକିଆ ଶୋକ ଘୋଷଣା କରାଯାଇଛି। ଏହିସମୟରେ ରାଜ୍ୟର ସରକାରୀ କାର୍ଯ୍ୟାଳୟଗୁଡ଼ିକର ଜାତୀୟ ପତାକା ଅର୍ଦ୍ଧ ନମିତ ହୋଇ ରହିବ।

Leave A Reply

Your email address will not be published.