ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଫୁଲନଖରା କ୍ୟାମ୍ପସରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ

0

ଭୁବନେଶ୍ୱର, ଅକ୍ଟୋବର ୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ (ଫୁଲନଖରା କ୍ୟାମ୍ପସ) ପରେ ଅକ୍ଟୋବର ୯ ତାରିଖରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ମାନସିକ ସ୍ୱାସ୍ଥ୍ୟ ବିଶେଷଜ୍ଞ ତଥା ଓଡିଶା ସରକାରଙ୍କ ମାନସିକ ସ୍ୱାସ୍ଥ୍ୟ ଉପଦେଷ୍ଟା ପ୍ରଫେସର (ଡାକ୍ତର) ନୀଳମାଧବ ରଥ ଯୋଗଦେଇ ଉତମ ମାନସିକ ସ୍ୱାସ୍ଥ୍ୟର ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ। ଚଳିତ ବର୍ଷର ଥିମ୍‌-“ଏଥର କର୍ମକ୍ଷେତ୍ରରେ ମାନସିକ ସ୍ୱାସ୍ଥ୍ୟକୁ ଗୁରୁତ୍ୱ ଦିଅନ୍ତୁୂ” ଉପରେ ଡାକ୍ତର ରଥ ନିଜର ବକ୍ତବ୍ୟ ରଖିଥିଲେ।

ଏହି ଅବସରରେ ଅନୁଷ୍ଠାନର ଉପ କୁଳପତି ପ୍ରଫେସର (ଡାକ୍ତର) ପ୍ରସନ୍ନଜିତ୍ ମହାନ୍ତି, ହସ୍ପିଟାଲ୍‌ର ଡିନ୍ ପ୍ରଫେସର ଡାକ୍ତର ଅରକ୍ଷିତ ସ୍ୱାଇଁ, ଆସିଷ୍ଟାଂଟ ମେଡିକାଲ୍ ସୁପରିଟେଣ୍ଡେଂଟ ଡଃ ସିଦ୍ଧାର୍ଥ ଗୌତମ ପ୍ରମୁଖ ଯୋଗଦେଇ କର୍ମକ୍ଷେତ୍ରରେ ସୁସ୍ଥ ମାନସିକତା ସହ ସଠିକ୍ ଭାବେ ନିଜ ମାନସିକ ସ୍ୱାସ୍ଥ୍ୟର ଯତ୍ନ ନେବା ଆବଶ୍ୟକତା ଆଲୋକପାତ କରିଥିଲେ।

ଏଥିରେ ମାନସିକ ବିଭାଗ ତରଫରୁ ବିଭାଗୀୟ ମୁଖ୍ୟ ପ୍ରଫେସର (ଡାକ୍ତର) ଭବାନୀ ଶଙ୍କର ସିଟ୍‌, ଆସିଷ୍ଟାଂଟ ପ୍ରଫେସର (ଡାକ୍ତର) ଅଭିଷେକ ସାମଲ, ଡାକ୍ତର ସାଇପ୍ରସାଦ ରାୟ, ଡାକ୍ତର ସୁଜାତା ସାହୁ, ଡାକ୍ତର ଜ୍ଞାନେନ୍ଦ୍ର ରଘୁବଂଶୀ, ଡାକ୍ତର ସୁଚରିତା ମିଶ୍ର, ସିନିୟର୍ ରେସିଡେଂଟ ଡାକ୍ତର ସୁମାଇଲା ଆସିଫ୍ ପ୍ରମୁଖ ମାନସିକ ରୋଗ ଉପରେ ରହିଥିବା ବିଭିନ୍ନ ଭୁଲ ଧାରଣା, ରୋଗର ବିଭିନ୍ନ ଲକ୍ଷଣ ଏବଂ ଚିକିତ୍ସା ପଦ୍ଧତି ତଥା କର୍ମକ୍ଷେତ୍ରରେ କିପରି ବିଭିନ୍ନ ମାନସିକ ପରିସ୍ଥିତିକୁ ମୁକାବିଲା କରିହେବ ଏବଂ ଏକ ସୁସ୍ଥ ଜୀବନ ଯାପନ କରିହେବ ସେ ସମ୍ବନ୍ଧରେ ସମସ୍ତଙ୍କୁ ଅବଗତ କରାଇଥିଲେ।

ଏହି କାର୍ଯ୍ୟକ୍ରମରେ ହସ୍ପିଟାଲର ଅନ୍ୟ ବିଭାଗର ଡାକ୍ତର, ନର୍ସିଂ କର୍ମଚାରୀ ଏବଂ ଅନ୍ୟାନ୍ୟ କର୍ମଚାରୀ ମାନେ ମଧ୍ୟ ଯୋଗ ଦେଇଥିଲେ।

Leave A Reply

Your email address will not be published.