ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ଜାପାନର ‘ନିହୋନ୍‌ ହିଡାନ୍‌କ୍ୟୋ’ ସଂଗଠନକୁ ମିଳିବ ନୋବେଲ ଶାନ୍ତି ପୁରସ୍କାର

0

ଜାପାନ: ୨୦୨୪ ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରାଯାଇଛି। ଜାପାନର ସାମାଜିକ ସଙ୍ଗଠନ ନିହୋନ ହିଡାନକ୍ଯୋକୁ ମିଳିବ ନୋବେଲ ଶାନ୍ତି ପୁରସ୍କାର। ପରମାଣୁ ଅସ୍ତ୍ରଶସ୍ତ୍ର ବିରୋଧରେ ଅଭିଯାନ ଜାରି ରଖିଥିବାରୁ ଏହି ପୁରସ୍କାର ପ୍ରଦାନ କରାଯିବ। ପରମାଣୁ ବୋମା ପୀଡ଼ିତଙ୍କ ପାଇଁ କାମ କରିବା ସହ ପରମାଣୁ ଅସ୍ତ୍ର ବିରୋଧରେ ପ୍ରଚାର ତଥା ସଚେତନତା ପାଇଁ ଏହି ସଙ୍ଗଠନକୁ ନୋବେଲ ଶାନ୍ତି ପୁରସ୍କାର ପ୍ରଦାନ କରାଯିବାକୁ ଘୋଷଣା କରାଯାଇଛି। ‘ନିହୋନ୍‌ ହିଡାନ୍‌କ୍ୟୋ’ ସଂଗଠନର କହିବାକଥା, ବିଶ୍ୱରେ ଆଉ କେବେ ବି ପରମାଣୁ ଅସ୍ତ୍ର ବ୍ୟବହାର କରାଯିବା ଉଚିତ ନୁହେଁ। ଏପରି ମହନୀୟ ଚିନ୍ତାଧାରା ଏବଂ ଉଦ୍ୟମ ପାଇଁ ଆଜି ଏହି ସଂଗଠନକୁ ନୋବେଲ ଶାନ୍ତି ପୁରସ୍କାର ବିଜେତା ଭାବେ ଘୋଷିତ କରାଯାଇଛି।
ନରୱେ ନୋବେଲ କମିଟି ଚଳିତ ବର୍ଷର ନୋବେଲ ଶାନ୍ତି ପୁରସ୍କାର ପାଇଁ ମୋଟ ୨୮୬ ଜଣ ପ୍ରାର୍ଥୀଙ୍କ ଆବେଦନ ଗ୍ରହଣ କରିଥିଲା। ସେମାନଙ୍କ ମଧ୍ୟରୁ ଜାପାନର ନିହୋନ୍ ହିଡାନକିଓ ସଂଗଠନ ଉପରେ ମୋହର ବାଜିଛି। ଗତ ବର୍ଷ ଅର୍ଥାତ୍ ୨୦୨୩ରେ ଇରାନର ସାମ୍ବାଦିକ ତଥା ମାନବାଧିକାର କର୍ମୀ ନର୍ଗିସ୍ ମହମ୍ମଦ ନୋବେଲ ଶାନ୍ତି ପୁରସ୍କାର ପାଇଥିଲେ।

Leave A Reply

Your email address will not be published.