ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଟାଟା ଟ୍ରଷ୍ଟର ନୂଆ ଅଧ୍ୟକ୍ଷ ହେଲେ ନୋଏଲ ଟାଟା

0

ମୁମ୍ବାଇ: ନୋଏଲ ଟାଟା ହେଲେ ଟାଟା ଟ୍ରଷ୍ଟର ଅଧ୍ୟକ୍ଷ। ରତନ ଟାଟାଙ୍କ ଦେହାନ୍ତ ପରେ ତାଙ୍କୁ ଏହି ଦାୟିତ୍ୱ ଦିଆଯାଇଛି। ବୁଧବାର ରତନ ଟାଟାଙ୍କ ଦେହାନ୍ତ ହୋଇଥିଲା। ରତନ ଟାଟାଙ୍କ ବିୟୋଗ ପରେ ନୋଏଲ ଟାଟାଙ୍କୁ ଟାଟା ଟ୍ରଷ୍ଟର ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ନୋଏଲ ଟାଟା ହେଉଛନ୍ତି ରତନ ଟାଟାଙ୍କ ସାନ ଭାଇ(ସାବତ ଭାଇ)। ନୋଏଲ ଟାଟା ସାର୍‌ ରତନ ଟାଟା ଟ୍ରଷ୍ଟ ଏବଂ ସାର ଦୋରାବଜୀ ଟାଟା ଟ୍ରଷ୍ଟ ବୋର୍ଡର ଟ୍ରଷ୍ଟି ଥିଲେ। ରତନ ଟାଟାଙ୍କ ପରେ ତାଙ୍କୁ ଟାଟା ଟ୍ରଷ୍ଟର ଅଧ୍ୟକ୍ଷ କରାଯାଇଛି।

ଆଜି ମୁମ୍ବାଇରେ ଟ୍ରଷ୍ଟ ବୋର୍ଡର ବୈଠକ ବସିଥିଲା। ଏହି ବୈଠକରେ ନୋଏଲ ଟାଟାଙ୍କ ନାଁରେ ମୋହର ବାଜିଥିଲା। ତେଣୁ ସେ ଟାଟା ଟ୍ରଷ୍ଟର ପରବର୍ତ୍ତୀ ଅଧ୍ୟକ୍ଷ ହୋଇଛନ୍ତି। ଟାଟା ଗ୍ରୁପର ମାଲିକ ଦିବଂଗତ ରତନ ନବଲ ଟାଟା ଦୀର୍ଘ ଦିନ ପର୍ଯ୍ୟନ୍ତ ଏହି ଦାୟିତ୍ୱ ତୁଲାଇ ଆସିଥିଲେ। କିନ୍ତୁ ତାଙ୍କର କେହି ଉତ୍ତରାଧିକାରୀ ନ ଥିବାରୁ ପରବର୍ତ୍ତୀ ଅଧ୍ୟକ୍ଷ କିଏ ହେବେ ସେନେଇ ବୋର୍ଡର ବୈଠକ ବସିଥିଲା।

ତେବେ ବୋର୍ଡ ବୈଠକର ନିଷ୍ପତ୍ତି କ୍ରମେ ନୋଏଲ ଟାଟା ହୋଇଛନ୍ତି ଟାଟା ଟ୍ରଷ୍ଟର ଅଧ୍ୟକ୍ଷ। ବର୍ତ୍ତମାନ ସେ ଟାଟା ଇଣ୍ଟରନ୍ୟାସନାଲ ଲିମିଟେଡ, ଭୋଲଟାସ ଲିମିଟେଡ, ଟାଟା ଇନଭେଷ୍ଟମେଣ୍ଟ କର୍ପୋରେସନ ଲିମିଟେଡର ଅଧ୍ୟକ୍ଷ ଅଛନ୍ତି ଏବଂ ଟାଇଟନ କମ୍ପାନୀର ଉପାଧ୍ୟକ୍ଷ ମଧ୍ୟ। ରତନ ଟାଟାଙ୍କ ନିଧନ ପରେ ସେ ଟାଟା ପରିବାରର ମଙ୍ଗ ଧରିବା ନେଇ ଚର୍ଚ୍ଚା ଜୋର ଧରିଥିଲା।

Leave A Reply

Your email address will not be published.