ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ଖଣ୍ଡଗିରି ପାହାଡ଼ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର

0

ଭୁବନେଶ୍ୱର:ଭୁବନେଶ୍ୱରସ୍ଥିତ ଖଣ୍ଡଗିରି ପାହାଡ଼ ତଳୁ ଜଣେ ଯୁବକଙ୍କ ମୃତଦେହ ମିଳିଛି। ମୃତ ଯୁବକଙ୍କ ପରିଚୟ ମିଳିନାହିଁ। ଯୁବକଙ୍କ ଦେହରେ ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ଥିବାରୁ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ମୃତ ଯୁବକ ଜଣଙ୍କ ସ୍ଫୋର୍ଟ୍ସ ଡ୍ରେସ୍‌ରେ ଥିଲେ।

ସକାଳେ ଯୁବକଙ୍କ ମୃତଦେହ ଖଣ୍ଡଗିରି ପାହାଡ଼ ତଳେ ପଡ଼ିଥିବା କିଛି ଯୁବକ ଦେଖିବାକୁ ପାଇଥିଲେ। ପରେ ସେମାନେ ପୋଲିସକୁ ଜଣାଇଥିଲେ। ପୋଲିସ ଯୁବକଙ୍କ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ତେବେ ଏହା ହତ୍ୟା ନା ଆଉ କିଛି ଜଣାପଡ଼ି ନାହିଁ। ତେବେ ଯୁବକଙ୍କୁ କିଏ ଓ କାହିଁକି ହତ୍ୟା କରିଛି ସେ ନେଇ ଖୋଳତାଡ଼ ଚାଲିଛି। ଆଖପାଖରେ ଲାଗିଥିବା ସିସିଟିଭି ଯାଞ୍ଚ ଚାଲିଛି।

Leave A Reply

Your email address will not be published.