ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଆଡମିଟ୍‌ କାର୍ଡକୁ ଡଙ୍ଗା କରି ନଦୀରେ ଭସାଇଲେ ପରୀକ୍ଷାର୍ଥୀ

0

କଟକ: ଆରଆଇ ଓ ଅମିନ ପରୀକ୍ଷା ବାତିଲ ଦାବିକୁ ନେଇ ଆଶାୟୀ ଜୋରଦାର ଆନ୍ଦୋଳନ କରୁଛନ୍ତି। କଟକରେ ପ୍ରତିବାଦ କରି ଆଡମିଟ୍‌ କାର୍ଡକୁ ଡଙ୍ଗା କରି ଆଶାୟୀ କାଠଯୋଡ଼ି ନଦୀରେ ଭସାଇଥିବା ଦେଖିବାକୁ ମିଳିଛି। ପରୀକ୍ଷା ବାତିଲ ସହ ପୁନଃ ପରୀକ୍ଷା କରିବା ଦାବିରେ ଆଶାୟୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି।

ସୂଚନାଯୋଗ୍ୟ, ସେପ୍ଟେମ୍ବର ୩୦ରୁ ଆରମ୍ଭ ହୋଇଥିବା ଆରଆଇ, ଅମିନ ପରୀକ୍ଷାରେ ଅନିୟମିତତା ହେଉଥିବା ଅଭିଯୋଗ ହୋଇଛି। ନିକଟରେ ରାଜଧାନୀ ଭୁବନେଶ୍ୱରରେ ଏକ ସାଇବର କାଫେରେ ଗ୍ରୁପ-ସି ଚାକିରି ପାଇଁ ପରୀକ୍ଷା କରାଯାଉଥିବା ଅଭିଯୋଗ ହୋଇଥିଲା। ଓଡ଼ିଶା ସବୋର୍ଡିନେଟ ଷ୍ଟାଫ ସିଲେକ୍ସନ କମିଶନ(ଓଏସଏସଏସସି) ଦ୍ୱାରା ଆର୍‌ଆଇ, ଏଆର୍‌ଆଇ, ଆଇସିଡିଏସ ସୁପର ଭାଇଜର, ଅମିନ ପରୀକ୍ଷା ହେଉଥିବା ବେଳେ ପରୀକ୍ଷା କେନ୍ଦ୍ରରେ ବିଳମ୍ବରେ ପରୀକ୍ଷା ଆରମ୍ଭ ହେବାକୁ ନେଇ କେନ୍ଦ୍ରରେ ଉତ୍ତେଜନା ସୃଷ୍ଟି ହୋଇଥିଲା।

ପରୀକ୍ଷାର୍ଥୀମାନେ ଅଭିଯୋଗ କରିଥିଲେ, ଓଏସଏସଏସସି ସାଇବର କାଫେରେ ପରୀକ୍ଷା କରୁଛି। ପରୀକ୍ଷା କେନ୍ଦ୍ର ତଳେ ହୋଟେଲ ରହିଥିବାରୁ ବିନା ଆଇ କାର୍ଡରେ ଲୋକମାନେ ମନଇଚ୍ଛା ଭିତରକୁ ପ୍ରବେଶ କରୁଛନ୍ତି। ଫଳରେ ପରୀକ୍ଷାରେ ସ୍ବଚ୍ଛତା ରହୁନାହିଁ।

Leave A Reply

Your email address will not be published.