ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ଫ୍ଲାଇଟ୍‌ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ଚୀନ୍‌ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍‌ ଆଲର୍ଟ

ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ମାଡ଼ିଗଲା ବସ, ମହିଳା କନଷ୍ଟେବଳ ମୃତ

0

ତିର୍ତ୍ତୋଲ: ଜଗତସିଂହପୁର ଜିଲା ତିର୍ତ୍ତୋଲ ବଜାର ନିକଟରେ ଶୁକ୍ରବାର ବସ ଧକ୍କାରେ ଜଣେ ମହିଳା କନଷ୍ଟେବଳଙ୍କ ମୃତ୍ୟୁ ଘଟିଛି। ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ କନଷ୍ଟେବଲଙ୍କ ଉପରେ ମାଡ଼ିଗଲା ବସ୍‌। ମୃତ କନଷ୍ଟେବଳ ହେଲେ ସୁରଜା ମୁଣ୍ଡା।

ତିର୍ତ୍ତୋଲ ଥାନାରେ କାର୍ଯ୍ୟରତ ଥିଲେ ସୁରଜା। ସେ ଡ୍ୟୁଟି ସାରି ସ୍କୁଟି ଯୋଗେ ଘରକୁ ଫେରୁଥିଲେ। ଏହି ସମୟରେ ଏକ ବସ୍‌ ଆସି ତାଙ୍କୁ ଧକ୍କା ଦେଇଥିଲା। ସେ ତଳେ ପଡ଼ିଯାଇଥିଲେ। ତାଙ୍କ ଉପରେ ବସ୍‌ଟି ମାଡ଼ି ଯାଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ସୁରଜାଙ୍କୁ ତୁରନ୍ତ ଡାକ୍ତରଖାନା ନିଆଯାଇଥିଲା। ହେଲେ ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ ଦୁର୍ଘଟଣା ଘଟାଇଥିବା ବସକୁ ଜବତ କରି ଘଟଣାର ତଦନ୍ତ ଚଳାଇଛି।

Leave A Reply

Your email address will not be published.