ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

କଟକକୁ ଖୁବଶୀଘ୍ର ସ୍ମାର୍ଟସିଟି କରାଯିବ: ମୁଖ୍ୟମନ୍ତ୍ରୀ

0

କଟକ: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ଏବେ ସ୍ମାର୍ଟସିଟି ହେବ କଟକ। ଆଜି କଟକରେ ପୂଜା ମଣ୍ତପ ବୁଲିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଗମୀ ଦିନରେ କଟକ ସ୍ମାର୍ଟସିଟି ହେବ।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ମୁଁ ପ୍ରାୟ ୪୦ଟି ପୂଜା ମଣ୍ତପ ଦର୍ଶନ କଲି । କଟକ ସହର ହେଉଛି ଭାଇଚାରାର ସହର। ଏଭଳି ପୂଜା ସାରା ବିଶ୍ୱରେ କେଉଁଠି ଅଛି ମୁଁ ଦେଖିନାହିଁ। ଏହା ମୋର ସୌଭାଗ୍ୟ ଯେ, ମୁଁ ଆଜି ମାଆଙ୍କ ଦର୍ଶନ କଲି। କଟକରେ ଭାଇଚାରା ରହିଆସିଛି। କଟକର ସର୍ବାଙ୍ଗୀନ ଉନ୍ନତି ପାଇଁ ଆମେ ଧ୍ୟାନ ଦେବୁ।

ଆଗାମୀ ଦିନରେ ଓଡ଼ିଶା ସମୃଦ୍ଧ ଓଡ଼ିଶା ହେବ। ଓଡ଼ିଶାକୁ କଟକ ସହ ସମୃଦ୍ଧି ଆଣନ୍ତୁ ବୋଲି ପ୍ରାର୍ଥନା କଲି । ତେଣୁ କଟକକୁ ଖୁବଶୀଘ୍ର ସ୍ମାର୍ଟସିଟି କରାଯିବ। କଟକରେ ପୂଜାମଣ୍ଡପ ବୁଲିଲେ ମୁଖ୍ୟମନ୍ତ୍ରୀ। ୩୪ ମଣ୍ଡପ ବୁଲି ମାଆଙ୍କ ଆଶୀର୍ବାଦ ନେଲେ ମୋହନ ମାଝୀ । ଖାନନଗରରେ ଦହିବରା ଆଳୁଦମ ଖାଇଲେ। ସଂଧ୍ୟାରେ କେନ୍ଦୁଝର ଯାଇ ମାଆଙ୍କୁ ଦର୍ଶନ କରିବେ।

ମୁଖ୍ୟମନ୍ତ୍ରୀ ଆଜି କଟକ ଗସ୍ତ କରି ବିଭିନ୍ନ ପୂଜା ମଣ଼୍ଡପରେ ମାଆଙ୍କୁ ଦର୍ଶନ କରି ପୁଷ୍ପାଞ୍ଜଳି ଦେବା ସହ ଆଳତି କରିଥିଲେ। ଏହା ସହିତ କଟକର ଦହିବରା ଆଳୁଦମ ମଧ୍ୟ ଖାଇଛନ୍ତି।

Leave A Reply

Your email address will not be published.