ପ୍ରମୁଖ ଖବର

ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୯ ବର୍ଷରେ ପରଲୋକ
ଅମିତାଭଙ୍କ ‘ଜଲ୍‌ସା’କୁ ବୋମାରେ ଉଡ଼ାଇବା ଧମକ, ଟାର୍ଗେଟ୍‌ରେ ଦିଲଜିତ ଦୋସାଞ୍ଜ
ଅରୁଣାଚଳରେ ଭାରତ-ଚୀନ୍‌ ସୈନିକ ମୁହାଁମୁହିଁ
୨୯ରୁ ଓସିଏସ୍‌ ମୁଖ୍ୟ ପରୀକ୍ଷା, ଆଜିଠୁ ମିଳିବ ଆଡମିଟ୍‌ କାର୍ଡ
ଏସିଆନ ପାରା ଗେମ୍ସ: ପ୍ରମୋଦଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ନିତେଶ

ତାମିଲନାଡ଼ୁ ଟ୍ରେନ ଦୁର୍ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲା ଭାରତୀୟ ରେଳବାଇ

0

ତାମିଲନାଡ଼ୁ: ତାମିଲନାଡ଼ୁ ଟ୍ରେନ ଦୁର୍ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛି ଭାରତୀୟ ରେଳବାଇ। ତାମିଲନାଡ଼ୁର ତିରୁବଲ୍ଲୁରରେ ମହୀଶୁର-ଦରଭଙ୍ଗା ବାଗମତୀ ସୁପରଫାଷ୍ଟ ଏକ୍ସପ୍ରେସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହା ଟ୍ରାକରେ ଛିଡ଼ା ହୋଇଥିବା ଏକ ମାଲବାହୀ ଟ୍ରେନକୁ ଧକ୍କା ଦେବାରୁ ୧୨ଟି ବଗି ଲାଇନଚ୍ୟୁତ ହେବା ସହ ୨ଟିରେ ନିଆଁ ଲାଗିଯାଇଥିଲା।

ରାତି ପ୍ରାୟ ସାଢ଼େ ୮ଟା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣାରେ ୧୯ ଜଣ ଯାତ୍ରୀ ଆହତ ହୋଇଛନ୍ତି। ତେବେ ଏହି ଦୁର୍ଘଟଣାରେ କାହାର ପ୍ରାଣହାନି ଘଟିନାହିଁ ବୋଲି ଦକ୍ଷିଣ ରେଲୱେ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ୧୯ ଆହତ ଯାତ୍ରୀଙ୍କ ମଧ୍ୟରୁ ୨ରୁ ତିନି ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ସେମାନଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି।

Leave A Reply

Your email address will not be published.