ପ୍ରମୁଖ ଖବର

ଆଇଏଏସ ସ୍ତରରେ ଅଦଳବଦଳ: ୧୩ ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ସରକାର
ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
ଦେଶରେ ଇନ୍ଧନ ଅଭାବ ନାହିଁ, ଆଶ୍ୱାସନା ଦେଲେ ପେଟ୍ରୋଲିୟମ ମନ୍ତ୍ରୀ
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ
ଖରାଦିନେ ହେବନି ବିଦ୍ୟୁତ୍ କାଟ୍: ସୁରେଶ ପୂଜାରୀ
ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇ ପହଞ୍ଚିଲା ଭାରତୀୟ ତୈଳ ଟ୍ୟାଙ୍କର

ଆଜି ମେଲାଣି ନେଇଛନ୍ତି ମା’ ଦୁର୍ଗା।

0

ଭୁବନେଶ୍ବର; ଆଜି ମେଲାଣି ନେଇଛନ୍ତି ଜଗତ୍‌ଜନନୀ ମା’ ଦୁର୍ଗା। ପୁଣି ଆର ବରଷକୁ ଅପେକ୍ଷା କରିବେ ଭକ୍ତ। ମା’ଙ୍କ ଭସାଣି ଉତ୍ସବ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି। ଭସାଣୀ ଉତ୍ସବ ପାଇଁ ବ୍ୟାପକ ବନ୍ଦୋବସ୍ତ ହୋଇଛି। ବିଶେଷକରି ଟୁଇନ୍‌ ସିଟି ଭୁବନେଶ୍ବର-କଟକରେ ଭସାଣି ପାଇଁ କଟକଣା ଜାରି ହୋଇଛି। ଅପରାହ୍ନ ୩ଟାରୁ ଭସାଣି ଶେଷ ହେବା ଯାଏ ଏହି କଟକଣା ବଳବତ୍ତର ରହିବ।

ଦିନ ୩ଟାରୁ ଭସାଣୀ ଶେଷ ହେବା ଯାଏ କଟକଣା ବଳବତ୍ତର ରହିବ। କୌଣସି ଯାନାବହନ ବାଣୀବିହାର ପଟୁ ରୁପାଲି ପଟକୁ ଯାଇପାରିବେ ନାହିଁ। କିଟ୍‌ ଛକ ପଟୁ ନାଲ୍‌କୋ ଛକ ଆଡ଼କୁ କୌଣସି ଯାନବାହନକୁ ଅନୁମତି ନାହିଁ। ସେହିପରି କଟକରେ କଲେଜ ଛକଆଡୁ ଚାନ୍ଦିନୀଚୌକ ପର୍ଯ୍ୟନ୍ତ ଯାନବାହନ ଚଳାଚଳ ଉପରେ କଟଣା ଜାରି କରିଛି । ସେହିଭଳି ଚୌଧୁରୀବଜାର ଛକରୁ ପୂର୍ଣ୍ଣ ସାହୁ ଛକ, ଯାଁଳିଆପଟି ଓ ଫିରିଙ୍ଗି ବଜାର ଦେଇ ଦେବୀ ଗଡ଼ା ପର୍ଯ୍ୟନ୍ତ ଏବଂ କଟକ ଚଣ୍ଡୀ ଛକରୁ ଶେଖବଜାର ଓ ମହମ୍ମଦିଆ ବଜାର ରାସ୍ତାରେ ଚାନ୍ଦିନଚୌକ ଛକ ପର୍ଯ୍ୟନ୍ତ ଯାଇଥିବା ମୁଖ୍ୟ ରାସ୍ତାରେ ଯାନବାହନ ଯାତାୟତ କରିପାରିବ ନାହିଁ ।

Leave A Reply

Your email address will not be published.