ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ବିଦାୟ ନେଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

0

ଦକ୍ଷିଣ ବଙ୍ଗୋପସାଗର ରେ ସକ୍ରିୟ ରହିଛି ସଦୃଶ ଲଘୁଚାପ କ୍ଷେତ୍ର

ଭୁବନେଶ୍ବର: ଆଜି ସମଗ୍ର ଦେଶ ରୁ ବିଦାୟ ନେଇଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। କ୍ରମଶଃ ଉତ୍ତର ପୂର୍ବ ମୌସୁମୀ ବାୟୁ ଦେଶ ର ଦକ୍ଷିଣ ପୂର୍ବ ଭୂଖଣ୍ଡ ରେ ପ୍ରଭାବ ବିସ୍ତାର କରିବ। ଦକ୍ଷିଣ ବଙ୍ଗୋପସାଗର ର କେନ୍ଦ୍ରୀୟ ଭାଗ ରେ ଏକ ସଦୃଶ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି ଏହି କ୍ଷେତ୍ର ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ – ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହୋଇ ଅବପାତ ରେ ହୋଇ ପରବର୍ତ୍ତୀ ୨୪ ଘଣ୍ଟା ରେ ଉତ୍ତର ତାମିଲନାଡୁ – ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ନିକଟରେ ପହଞ୍ଚିବ। ଏହି ସିଷ୍ଟମ୍ ପ୍ରଭାବ ରେ ଆସନ୍ତା ୭୨ ଘଣ୍ଟା ମଧ୍ୟରେ ତାମିଲନାଡୁ, ପୁଡୁଚେରୀ, ଦକ୍ଷିଣ ଆନ୍ଧ୍ରପ୍ରଦେଶ, କେରଳ, ଆଭ୍ୟନ୍ତର କର୍ଣ୍ଣାଟକ ର ବିଭିନ୍ନ ଅଞ୍ଚଳ ରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଓଡ଼ିଶା ରେ ଏହି ସିଷ୍ଟମ୍ ର ବିଶେଷ ପ୍ରଭାବ ପଡ଼ିବ ନାହିଁ ତେବେ ୧୭-୧୯ ତାରିଖ ମଧ୍ୟରେ ଦକ୍ଷିଣ ଓ ଉପକୂଳ, ଉତ୍ତର ଓଡ଼ିଶା ର ପାଗ କେତେକାଂଶ ରେ ମେଘାଚ୍ଛନ୍ନ ରହିବା ସହ ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, ନବରଙ୍ଗପୁର, କଟକ, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡା, ବାଲେଶ୍ବର ସ୍ଥାନେ ସ୍ଥାନେ ବିଜୁଳି ଘଡଘଡି ସହ ସ୍ୱଳ୍ପ ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

ସେହିପରି ଆସନ୍ତା ୨୧ ଅକ୍ଟୋବର ବେଳକୁ ଦକ୍ଷିଣ ଚୀନ ସାଗର ରୁ ଏକ ଦୁର୍ବଳ ସିଷ୍ଟମ୍ ର ଅବଶିଷ୍ଟ ଅଂଶ ଆଣ୍ଡମାନ ସାଗର ରେ ପ୍ରବେଶ କରିବାର ସମ୍ଭାବନା ରହିଛି ଫଳରେ ପରବର୍ତ୍ତୀ ୩-୪ ଦିନ ରେ ଏହା ଉତ୍ତର ଆଣ୍ଡମାନ ସାଗର ଓ ବଙ୍ଗୋପସାଗର ରେ ଲଘୁଚାପ କିମ୍ବା ଅବପାତ ରୂପ ନେଇପାରେ ବୋଲି କିଛି ମଡେଲ ସଂକେତ ଦେଉଛନ୍ତି।

Leave A Reply

Your email address will not be published.