ପ୍ରମୁଖ ଖବର

ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ଅଭିମୁଖେ ତିନି ରଥ, କାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା
ୱାଙ୍ଗଚୁକଙ୍କ ଅନଶନକୁ ନେଇ ହାଇକୋର୍ଟରେ ପିଆଇଏଲ୍, ଜରୁରୀ ଚିକିତ୍ସା ସେବା ଦାବି
ନୋଏଡାରେ ଇ-ସ୍କୁଟରରେ ନିଆଁ, ଅଗ୍ନିକାଣ୍ଡରେ ୨ ମୃତ; ୧୦୦ରୁ ଅଧିକ ଲୋକ ଉଦ୍ଧାର
ଓଡ଼ିଶାକୁ ରେଳର ଡବଲ୍ ଉପହାର, ଦୁଇ ପ୍ରମୁଖ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରୀ
ସରକାରୀ ଡାକ୍ତରଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ପ୍ରଥମେ ଜେନେରିକ୍ ଔଷଧ ଲେଖିବାକୁ ତାଗିଦ
ବର୍ଷା ଭିତରେ ରଥଯାତ୍ରା ପ୍ରସ୍ତୁତି: ସମୁଦ୍ର ଅଶାନ୍ତ, ପୁରୀରେ ସତର୍କତା
ଶୁଦ୍ଧ ପେଟ୍ରୋଲ ଚାହୁଁଥିଲେ ଅଧିକ ଦାମ ଦିଅନ୍ତୁ: ଗଡ଼କରୀ
ଶ୍ରୀମନ୍ଦିରରେ ଡିଜିଟାଲ ହୁଣ୍ଡି ‘ସମର୍ପଣ’ ଲୋକାର୍ପିତ, ଘରେ ବସି ଦାନ କରିପାରିବେ ଭକ୍ତ

ପାଣ୍ଡିଆନ ଥିବାଯାଏଁ ଓଡ଼ିଶାରେ ବିଜେଡି, ସରକାରକୁ ଆସିବ ନାହିଁ

0

ଭୁବନେଶ୍ବର: ବିଜେଡି ପରାଜୟକୁ ନେଇ ପୂର୍ବତନ ସାଂସଦ ପ୍ରସନ୍ନ ପଟ୍ଟଶାଣୀ ଗଣମାଧ୍ୟମକୁ ବଡ଼ ବୟାନ ଦେଇଛନ୍ତି । ଯେପର୍ଯ୍ୟନ୍ତ ପାଣ୍ଡିଆନ ଥିବେ ଓଡ଼ିଶାରେ ବିଜେଡି ସରକାରକୁ ଆସିବ ନାହିଁ। “ମୁଁ ବିଜେଡି ଛାଡ଼ିବା ପଛରେ ପାଣ୍ଡିଆନ ଦାୟୀ। ପାଣ୍ଡିଆନଙ୍କ ପାଇଁ ମୁଁ ବିଜେଡି ଛାଡ଼ିଲି। ପାଣ୍ଡିଆନ ଥିଲା ଯାଏ ବିଜେଡି କେବେ ଜିତିବନି। ”ବିଜେଡି ଛାଡ଼ିବାର କିଛି ଦିନ ପରେ ଆଜି ଗଣମାଧ୍ୟମରେ ଆଗରେ ଏଭଳି କିଛି ବିସ୍ଫୋରକ ବୟାନ ଦେଇଛନ୍ତି ପୂର୍ବତନ ସାଂଦସ ପ୍ରସନ୍ନ ପାଟ୍ଟଶାଣୀ।

ରାଜ୍ୟରେ ଭାଜପା ସରକାର ଆସିବା ପରେ ବିଜେଡିର କିଛି ନେତା ଦଳ ଛାଡ଼ିଛନ୍ତି। ବିଶେଷକରି ନିର୍ବାଚନ ସମୟରେ ପୂର୍ବତନ ବିଜେଡି ନେତା ଭି.କେ. ପାଣ୍ଡିଆନଙ୍କ ସମ୍ପୃକ୍ତି ଉପରେ ଅନେକେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏହି କ୍ରମରେ ଭାଜପା ନେତା ପ୍ରସନ୍ନ ପାଟ୍ଟଶାଣୀ ମଧ୍ୟ ମଙ୍ଗଳବାର ସିଧାସଳଖ ଭାବେ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଯେଉଁ ଦଳକୁ ଆମେ ସଂଘର୍ଷ କରି ଗଢ଼ିଥିଲୁ, ମୋର ଦୁର୍ଭାଗ୍ୟ ଯେ ସେହି ଦଳ ଛାଡ଼ି ଆସିବାକୁ ପଡ଼ିଲା। ମୁଁ ସ୍ପଷ୍ଟ ଭାବେ କହୁଛୁ ଯେ, ପାଣ୍ଡିଆନ ବାବୁଙ୍କ ପାଇଁ ମୁଁ ବିଜେଡି ଛାଡ଼ି ଦେଲି। ପାଣ୍ଡିଆନଙ୍କ ପାଇଁ ଲୋକପ୍ରିୟ ସରକାର ଚାଲିଗଲା।

Leave A Reply

Your email address will not be published.