ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଘୋଷଣା ହେଲା ମହାରାଷ୍ଟ୍ର ଓ ଝାରଖଣ୍ଡ ବିଧାନସଭା ନିର୍ବାଚନ ତାରିଖ

0

ନୂଆଦିଲ୍ଲୀ: ମହାରାଷ୍ଟ୍ର ଓ ଝାରଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଆଜି ଭାରତୀୟ ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି। ମହାରାଷ୍ଟ୍ରରେ ଗୋଟିଏ ପର୍ୟ୍ୟାୟରେ ଏବଂ ଝାଡଖଣ୍ଡରେ ଦୁଇଟି ପର୍ୟ୍ୟାୟରେ ହେବ ବିଧାନସଭା ନିର୍ବାଚନ। ନଭେମ୍ବର ୨୦ ତାରିଖରେ ମହାରାଷ୍ଟ୍ରରେ ଭୋଟ୍ ପଡିବାକୁ ଥିବାବେଳେ ଝାଡଖଣ୍ଡରେ ନଭେମ୍ବର ୧୩ ଓ ନଭେମ୍ବର ୨୦ ତାରିଖରେ ପଡିବ ଭୋଟ୍ । ଏନେଇ ମଙ୍ଗଳବାର ମୁଖ୍ୟ ନିର୍ବାଚନ କମିଶନ ପ୍ରେସମିଟ୍ କରି ସୂଚନା ଦେଇଛନ୍ତି। ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଆଜି ତାରିଖ ଘୋଷଣା କରିବା କ୍ଷଣି ମହାରାଷ୍ଟ୍ର ଓ ଝାରଖଣ୍ଡରେ ନିର୍ବାଚନ ଆଚରଣବିଧି ଲାଗୁ ହେଇଛି।

ମହାରାଷ୍ଟ୍ରର ୨୮୮ଟି ଆସନ ପାଇଁ ଗୋଟିଏ ପର୍ଯ୍ୟାୟରେ ମତଦାନ ହେବ। ଲୋକମାନେ ନଭେମ୍ବର ୨୦ରେ ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ। ନଭେମ୍ବର ୨୩ରେ ଭୋଟ ଗଣତି ସହ ରେଜଲ୍ଟ ପ୍ରକାଶ ପାଇବ। ଏଥିପାଇଁ ୨୨ ଅକ୍ଟୋବରରେ ବିଜ୍ଞପ୍ତି ପ୍ରକାଶ ପାଇବ। ନାମାଙ୍କନ ଦାଖଲ ପ୍ରକ୍ରିୟା ଅକ୍ଟୋବର ୨୯ ଯାଏ ଚାଲିବ। ଅକ୍ଟୋବର ୩୦ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ହେବା ସହ, ନଭେମ୍ବର ୪ ତାରିଖ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି।

ସେହିପରି ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ନଭେମ୍ବର ୧୩ ଓ ୨୦ ତାରିଖରେ ଭୋଟ୍ ଗ୍ରହଣ ହେବ । ଆଉ ନଭେମ୍ବର ୨୩ ତାରିଖରେ ଆସିବ ଝାଡଖଣ୍ଡ ନିର୍ବାଚନର ଫଳାଫଳ । ଝାଡଖଣ୍ଡର ୮୧ଟି ବିଧାନସଭା ଆସନ ପାଇଁ ଦୁଇଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ। ପ୍ରଥମ ପର୍ଯ୍ୟାୟ ଭୋଟିଂ ନଭେମ୍ବର ୧୩ ଓ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ନଭେମ୍ବର ୨୦ ରେ ଅନୁଷ୍ଠିତ ହେବ। ନଭେମ୍ବର ୨୩ରେ ରେଜଲ୍ଟ ବାହାରିବ। ପ୍ରଥମ ପର୍ଯ୍ୟାୟ ପାଇଁ ନାମାଙ୍କନ ଦାଖଲର ଶେଷ ତାରିଖ ୨୫ ତାରିଖ ରହିଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ନାମାଙ୍କନ ଦାଖଲର ଶେଷ ତାରିଖ ଅକ୍ଟୋବର ୨୯ ରହିଛି। ଦୁଇଟି ଯାକ ରାଜ୍ୟରେ ଭୋଟ ଗଣତି ଓ ଫଳାଫଳ ନଭେମ୍ବର ୨୩ରେ ପ୍ରକାଶ ପାଇବ।

Leave A Reply

Your email address will not be published.