ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

ଘୋଷଣା ହେଲା ମହାରାଷ୍ଟ୍ର ଓ ଝାରଖଣ୍ଡ ବିଧାନସଭା ନିର୍ବାଚନ ତାରିଖ

0

ନୂଆଦିଲ୍ଲୀ: ମହାରାଷ୍ଟ୍ର ଓ ଝାରଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଆଜି ଭାରତୀୟ ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି। ମହାରାଷ୍ଟ୍ରରେ ଗୋଟିଏ ପର୍ୟ୍ୟାୟରେ ଏବଂ ଝାଡଖଣ୍ଡରେ ଦୁଇଟି ପର୍ୟ୍ୟାୟରେ ହେବ ବିଧାନସଭା ନିର୍ବାଚନ। ନଭେମ୍ବର ୨୦ ତାରିଖରେ ମହାରାଷ୍ଟ୍ରରେ ଭୋଟ୍ ପଡିବାକୁ ଥିବାବେଳେ ଝାଡଖଣ୍ଡରେ ନଭେମ୍ବର ୧୩ ଓ ନଭେମ୍ବର ୨୦ ତାରିଖରେ ପଡିବ ଭୋଟ୍ । ଏନେଇ ମଙ୍ଗଳବାର ମୁଖ୍ୟ ନିର୍ବାଚନ କମିଶନ ପ୍ରେସମିଟ୍ କରି ସୂଚନା ଦେଇଛନ୍ତି। ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଆଜି ତାରିଖ ଘୋଷଣା କରିବା କ୍ଷଣି ମହାରାଷ୍ଟ୍ର ଓ ଝାରଖଣ୍ଡରେ ନିର୍ବାଚନ ଆଚରଣବିଧି ଲାଗୁ ହେଇଛି।

ମହାରାଷ୍ଟ୍ରର ୨୮୮ଟି ଆସନ ପାଇଁ ଗୋଟିଏ ପର୍ଯ୍ୟାୟରେ ମତଦାନ ହେବ। ଲୋକମାନେ ନଭେମ୍ବର ୨୦ରେ ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ। ନଭେମ୍ବର ୨୩ରେ ଭୋଟ ଗଣତି ସହ ରେଜଲ୍ଟ ପ୍ରକାଶ ପାଇବ। ଏଥିପାଇଁ ୨୨ ଅକ୍ଟୋବରରେ ବିଜ୍ଞପ୍ତି ପ୍ରକାଶ ପାଇବ। ନାମାଙ୍କନ ଦାଖଲ ପ୍ରକ୍ରିୟା ଅକ୍ଟୋବର ୨୯ ଯାଏ ଚାଲିବ। ଅକ୍ଟୋବର ୩୦ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ହେବା ସହ, ନଭେମ୍ବର ୪ ତାରିଖ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି।

ସେହିପରି ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ନଭେମ୍ବର ୧୩ ଓ ୨୦ ତାରିଖରେ ଭୋଟ୍ ଗ୍ରହଣ ହେବ । ଆଉ ନଭେମ୍ବର ୨୩ ତାରିଖରେ ଆସିବ ଝାଡଖଣ୍ଡ ନିର୍ବାଚନର ଫଳାଫଳ । ଝାଡଖଣ୍ଡର ୮୧ଟି ବିଧାନସଭା ଆସନ ପାଇଁ ଦୁଇଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ। ପ୍ରଥମ ପର୍ଯ୍ୟାୟ ଭୋଟିଂ ନଭେମ୍ବର ୧୩ ଓ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ନଭେମ୍ବର ୨୦ ରେ ଅନୁଷ୍ଠିତ ହେବ। ନଭେମ୍ବର ୨୩ରେ ରେଜଲ୍ଟ ବାହାରିବ। ପ୍ରଥମ ପର୍ଯ୍ୟାୟ ପାଇଁ ନାମାଙ୍କନ ଦାଖଲର ଶେଷ ତାରିଖ ୨୫ ତାରିଖ ରହିଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ନାମାଙ୍କନ ଦାଖଲର ଶେଷ ତାରିଖ ଅକ୍ଟୋବର ୨୯ ରହିଛି। ଦୁଇଟି ଯାକ ରାଜ୍ୟରେ ଭୋଟ ଗଣତି ଓ ଫଳାଫଳ ନଭେମ୍ବର ୨୩ରେ ପ୍ରକାଶ ପାଇବ।

Leave A Reply

Your email address will not be published.