ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

କୃଷକମାନଙ୍କ ପାଇଁ ସୋଆ ଏବଂ ହାଇଡେନ୍‌ମେଟ ସଲ୍ୟୁସନ୍ସ ମଧ୍ୟରେ ବୁଝାମଣା

0

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ବେଙ୍ଗାଲୁରୁ ସ୍ଥିତ ହାଇଡେନ୍‌ମେଟ ସଲ୍ୟୁସନ୍ସ ପ୍ରାଇଭେଟ ଲିମିଟେଡ ମଧ୍ୟରେ ମଙ୍ଗଳବାର ଏକ ବୁଝାମଣା ସ୍ୱାକ୍ଷରିତ ହୋଇଯାଇଛି। ମଞ୍ଜି ବୁଣିବା ଠାରୁ ଆରମ୍ଭ କରି ଫସଲ ଅମଳ, ଫସଲର ପ୍ରକୃତ ସ୍ଥିତିର ତଦାରଖ ସହ ଜଳ ଓ ପୋଷଣର ନିଅଂଟ, ତଥା ରୋଗ ନିୟନ୍ତ୍ରଣ ସହ ଫସଲକୁ କୀଟ ଆକ୍ରମଣରୁ ରକ୍ଷା କରି ଉନ୍ନତମାନର ଫସଲ ଅମଳ କରିବାର ଜ୍ଞାନ ପ୍ରଦାନ କରିବା ହେଉଛି ଦୁଇ ଅନୁଷ୍ଠାନ ମଧ୍ୟରେ ଏହି ସହଭାଗିତାର ପ୍ରମୁଖ ଲକ୍ଷ୍ୟ। ଏହି ଲକ୍ଷ୍ୟ ପୂରଣ ନିମନ୍ତେ ଦୁଇ ଅନୁଷ୍ଠାନ ମଧ୍ୟରେ ମିଳିତ ଭାବେ ଗବେଷଣା ଏବଂ କର୍ମଶାଳା ଇତ୍ୟାଦି କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ କରାଯିବ।

ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଏବଂ ହାଇଡେନ୍‌ମେଟ ସଲ୍ୟୁସନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ଭାସ୍କରନ୍ ରଙ୍ଗରାଜନଙ୍କ ମଧ୍ୟରେ ଏହି ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଥିଲା । ବୁଝାମଣା ଅନୁଯାୟୀ ହାଇଡେନ୍‌ମେଟ ସଲ୍ୟୁସନ୍‌ସ ସୋଆରେ ଏକ ସ୍ୱୟଂଚାଳିତ ପାଣିପାଗ କେନ୍ଦ୍ର ସ୍ଥାପନ କରିବା ସହ ବିଶ୍ୱବିଦ୍ୟାଳୟର ଆବଶ୍ୟକତା ଅନୁଯାୟୀର ଫସଲ କିମ୍ବା ମୃତିକା ଇନ୍‌ଟରନେଟ ଅଫ୍ ଥିଙ୍ଗ୍‌ସ (ଆଇଓଟି) ସେନ୍ସର୍ ମଧ୍ୟ ସ୍ଥାପନ କରିବ। ଏହିସବୁକୁ ହାଇଡେନ୍‌ମେଟ ସଲ୍ୟୁସନ୍ସର ସ୍ମାର୍ଟ ଟେକ୍ନୋଲୋଜି –ବେସ୍‌ଡ ଏଗ୍ରିକଲ୍‌ଚର ଏନାବ୍ଲର୍ (ଷ୍ଟେଜ୍‌) ପ୍ଲାଟଫର୍ମ ତଦାରଖ କରିବ।

ଆବଶ୍ୟକତା ଅନୁଯାୟୀ ହାଇଡେନ୍‌ମେଟ ବୈଷୟିକ ମାନବ ସମ୍ବଳ ଏବଂ ଅନ୍ୟ ସୁବିଧା ମଧ୍ୟ ଯୋଗାଇବ । ଏତଦ୍ ବ୍ୟତୀତ ସୋଆର ଫ୍ୟାକଲ୍ଟି ଓ ଛାତ୍ରଛାତ୍ରୀମାନେ ହାଇଡେନ୍‌ମେଟ ସଲ୍ୟୁସନ୍ସର ଉତ୍ପାଦନ କେନ୍ଦ୍ରଗୁଡ଼ିକୁ ପରିଦର୍ଶନ କରିବା ସହ ପ୍ରଶିକ୍ଷଣ ପାଇପାରିବେ।
ଉଭୟ ଅନୁଷ୍ଠାନ ଫାର୍ମର ପ୍ରଡ୍ୟୁସର ଅର୍ଗାନାଇଜେସନ୍ (ଏଫପିଓ) ଗୁଡ଼ିକ ସହ ମିଳିତ ଭାବେ ରାଜ୍ୟର କୃଷକ ସମାଜର ଉନ୍ନତି ନିମନ୍ତେ କାର୍ଯ୍ୟ କରିବେ। ଏହି ବୁଝାମଣା ସ୍ୱାକ୍ଷରିତ କରିବା କ୍ଷେତ୍ରରେ ହାଇଡେନ୍‌ମେଟ ସଲ୍ୟୁସନ୍ସର ସହପ୍ରତିଷ୍ଠାତା ତଥା ମୁଖ୍ୟ ବ୍ୟବସାୟିକ ଅଧିକାରୀ ଶ୍ରୀମତି ଗିରିଜା ପଟେଲ୍‌ଙ୍କର ପ୍ରମୁଖ ଭୂମିକା ରହିଥିଲା।

ଏହି ଅବସରରେ ହାଇଡେନ୍‌ମେଟ ସଲ୍ୟୁସନ୍ସର ମୁଖ୍ୟ ପରିଚାଳନା ଅଧିକାରୀ ଶ୍ରୀ ଜୀବନ ସଂଗ୍ରାମ ଦାସ, ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ ସାଇନ୍‌ସେସ୍‌ର ଡିନ୍ ପ୍ରଫେସର ସନ୍ତୋଷ କୁମାର ରାଉତ, ସୋଆ ସେଂଟର ଫର କ୍ଲାଇମେଟ ସ୍ମାର୍ଟ ଏଗ୍ରିକଲ୍‌ଚରର ନିର୍ଦ୍ଦେଶକ ପ୍ରଫେସର ଆର୍‌.କେ. ପଣ୍ଡା ଓ ସୋଆର ଚିଫ୍ ଆଡମିନିଷ୍ଟ୍ରେଟିଭ୍ ଅଫିସର ଶ୍ରୀ ପ୍ରମୋଦ କୁମାର ପଣ୍ଡା ଉପସ୍ଥିତ ଥିଲେ ।

Leave A Reply

Your email address will not be published.