ପ୍ରମୁଖ ଖବର

ଆଇଏଏସ୍‌ ନିଖିଳ ପବନ କଲ୍ୟାଣ ଓଡ଼ିଶାର ନୂଆ ଜନଗଣନା ନିର୍ଦ୍ଦେଶକ
ଆଖି ବୁଜିଲା ନନ୍ଦନକାନନର ଧଳା ବାଘ ଶାବକ
ଜି-୭ ସମ୍ମିଳନୀରେ ସାମିଲ ନହୋଇପାରନ୍ତି ପ୍ରଧାନମନ୍ତ୍ରୀ ମୋଦୀ
ଗନ୍ଧମାର୍ଦ୍ଦନ ପାହାଡ଼ ଜଙ୍ଗଲରୁ ବିପୁଳ ମାଓ ସାମଗ୍ରୀ ଠାବ
ରାଜ୍ୟରେ ଖୁବଶୀଘ୍ର ନୂଆ ମଦ ନୀତି ଆସିବ ବୋଲି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି
ବୌଦ୍ଧରୁ ୨ଟି ହାତୀଦାନ୍ତ ଜବତ, ଅଭିଯୁକ୍ତ ଶିକାରୀ ଗିରଫ

ସରକାର ରବି ଫସଲଗୁଡ଼ିକର ବଢ଼ାଇଲେ ଏମଏସପି

0

କୃଷକଙ୍କୁ ସରକାରଙ୍କ ଦୀପାବଳି ଭେଟି
ନୂଆଦିଲ୍ଲୀ; କୃଷକମାନଙ୍କୁ ଦୀପାବଳି ଭେଟି ଦେଇଛନ୍ତି ମୋଦି ସରକାର। ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଅନେକ ନିଷ୍ପତ୍ତିରେ ମୋହର ମାରିଛନ୍ତି ସରକାର।

କ୍ୟାବିନେଟ ବୈଠକରେ ରବି ଫସଲଗୁଡ଼ିକ ସର୍ବନିମ୍ନ ସହାୟକ ମୂଲ୍ୟ ବା ଏମଏସପି ବୃଦ୍ଧି ପ୍ରସ୍ତାବ ଉପରେ ମୋହର ବାଜିଛି । ୨୦୨୫-୨୬ ସିଜିନ ପାଇଁ ବିଭିନ୍ନ ପ୍ରକାରର ରବି ଫସଲର ଏମଏସ୍‌ପି ବୃଦ୍ଧି କରାଯାଇଛି । ଏଥିରେ ଗହମ କୁଇଣ୍ଟାଲ ପିଛା ୧୫୦ ଟଙ୍କା, ସୋରିଷ ୩୦୦ ଟଙ୍କା ପ୍ରତି କୁଇଣ୍ଟାଲ ବୃଦ୍ଧି କରାଯାଇଛି। ସେହିପରି କୁସୁମ ଉପରେ ସରକାର ୧୪୦ ଟଙ୍କା ବୃଦ୍ଧି କରିବା ଫଳରେ ଚାଷୀମାନେ ଏବେ କୁସୁମ କୁଇଣ୍ଟାଲ ପ୍ରତି ୫୯୪୦ ଟଙ୍କାରେ ବିକ୍ରି କରିବେ ।

ରିପୋର୍ଟ ଅନୁସାରେ ୨୦୨୫-୨୬ ସିଜିନ୍ ପାଇଁ ଏହି ନୁନ୍ୟତମ ସହାୟତା ମୂଲ୍ୟ ନିର୍ଦ୍ଧାରଣ କରାଯାଇଛି। ଏହା ମୁତାବିକ ଗହମ ମୂଲ୍ୟ ୧୫୦ ଟଙ୍କା ବୃଦ୍ଧି ପାଇ ପ୍ରତି କୁଇଣ୍ଟାଲ ୨୪୨୫ ଟଙ୍କା ହୋଇଛି। ସୋରିଷ ପ୍ରତି କୁଇଣ୍ଟାଲ ୩୦୦ ଟଙ୍କା ବୃଦ୍ଧି ପାଇ ୫,୯୫୦ ଟଙ୍କା ହୋଇଛି। ଚଣା କୁଇଣ୍ଟାଲ ପିଛା ୨୧୦ ଟଙ୍କା ବୃଦ୍ଧି ପାଇ ୫୬୫୦ ଟଙ୍କା ହୋଇଛି। ଏହାବାଦ ମସୁର ଉପରେ ୨୭୫ ଟଙ୍କା ପ୍ରତି କୁଇଣ୍ଟାଲ ବୃଦ୍ଧିପାଇ ୬୭୦୦ ଟଙ୍କା ପ୍ରତି କୁଇଣ୍ଟାଲ ହୋଇଛି।

Leave A Reply

Your email address will not be published.