ପ୍ରମୁଖ ଖବର

ଫାର୍ମା କମ୍ପାନୀ ଫ୍ୟାକ୍ଟ୍ରି ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି
ବିଏମସି କମିଶନର ଆକ୍ରମଣ ଘଟଣାରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
ଶରଧାବାଲି ଅଘଟଣ ପରେ ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ
ଶସ୍ତା ହେଲା ଏଲପିଜି ସିଲିଣ୍ଡର
ମୃତ୍ତିକା ସଂରକ୍ଷଣ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ୍‌ ଗିରଫ
ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର ଓଏସ ଓ ଓଆରଏସ ଅଫିସର
ବାଣ ତିଆରି କାରଖାନାରେ ବିସ୍ଫୋରଣ; ୫ ମୃତ
୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡାରେ ବାଜିମାରିଲେ ଓଡ଼ିଶା ପୋଲିସ କନଷ୍ଟେବଳ

ସ୍ୱତନ୍ତ୍ର ଘିଅ ଡିପୋ ପାଇଁ ଓମଫେଡକୁ ଚିଠି ଲେଖିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

0

ଭୁବନେଶ୍ବର; ଶ୍ରୀମନ୍ଦିର ମଧ୍ୟରେ କେବଳ ଓମ୍‌ଫେଡ ଘିଅ ବ୍ୟବହାର ହେବ। ମହାପ୍ରସାଦ ପ୍ରସ୍ତୁତି ଓ ଦୀପରେ କେବଳ ଓମଫେଡ୍ ଘିଅ ବ୍ୟବହାର ହେବ ।ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ଥିର ହୋଇଛି। ତେବେ ଏଥିରେ ସହଯୋଗ କରିବାକୁ ଓମ୍‌ଫେଡ୍‌କୁ ଅନୁରୋଧ କରାଯାଇଛି। ଆବଶ୍ୟକତାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପାଇଁ ମଧ୍ୟ ଏକ ସ୍ୱତନ୍ତ୍ର ଡିପୋ ଖୋଲିବା ଲାଗି ଓମ୍‌ଫେଡ ପରିଚାଳନା ନିର୍ଦ୍ଦେଶକଙ୍କୁ ପତ୍ର ଲେଖିଛନ୍ତି ମୁଖ୍ୟ ପ୍ରଶାସକ।

ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ପଠାଇଥିବା ପତ୍ରରେ ଲେଖିଛନ୍ତି ଯେ, ଶ୍ରୀମନ୍ଦିର ମଧ୍ୟରେ ମହାପ୍ରସାଦ ପ୍ରସ୍ତୁତି ଏବଂ ଦୀପରେ କେବଳ ଓମ୍‌ଫେଡ ଘିଅ ବ୍ୟବହାର ପାଇଁ ସ୍ଥିର ହୋଇଛି। ଏନେଇ ସମ୍ପୃକ୍ତ ନିଯୋଗଗୁଡ଼ିକ ସହ ଆଲୋଚନା ହୋଇଥିବାବେଳେ ସହମତି ପ୍ରକାଶ ପାଇଛି। ତେଣୁ ଶ୍ରୀମନ୍ଦିରରେ ଓମ୍‌ଫେଡ଼ ଘିଅର ଆବଶ୍ୟକତାକୁ ନଜରରେ ଯଥେଷ୍ଟ ଘିଅ ମହଜୁଦ ରଖିବାକୁ ପଦକ୍ଷେପ ଗ୍ରହଣ କରାଯାଉ। ଶ୍ରୀମନ୍ଦିର ପାଇଁ ସ୍ବତନ୍ତ୍ର ଡିପୋ କରାଗଲେ ଆବଶ୍ୟକତା ପୂରଣ ହେବା ସହ ଅପମିଶ୍ରିତ ଘିଅ ବ୍ୟବହାରକୁ ରୋକାଯାଇ ପାରିବ। ଏଥିସହିତ ଘିଅ ଦର ମଧ୍ୟ ହ୍ରାସ କରାଯିବାକୁ ବିଭିନ୍ନ ନିଯୋଗ ପକ୍ଷରୁ ହୋଇଥିବା ଅନୁରୋଧକୁ ଗ୍ରହଣ କରିବାକୁ ପତ୍ରରେ ଶ୍ରୀମନ୍ଦିର ଅନୁରୋଧ କରିଛନ୍ତି।

ଶ୍ରୀମନ୍ଦିର ମଧ୍ୟକୁ ଓମ୍‌ଫେଡ ବ୍ୟତୀତ ଯେପରି ଅନ୍ୟ କୌଣସି ଘିଅ ପ୍ରବେଶ ନ କରେ, ସେଥିପ୍ରତି ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ପ୍ରଶାସକ। ତଦନୁସାରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୁଆର ମହାସୁଆର ନିଯୋଗକୁ ଜଣାଇଦିଆଯାଇଛି। ଏଥିସହ ବରିଷ୍ଠ ସୁପରଭାଇଜର ଓ ଶ୍ରୀମନ୍ଦିର ସୁରକ୍ଷା ପରିଚାଳନା ଦାୟିତ୍ୱରେ ଥିବା କମାଣ୍ଡର ଏଥିପ୍ରତି ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିରେ କୌଣସି ପ୍ରକାର ବ୍ୟତିକ୍ରମକୁ ବରଦାସ୍ତ କରାଯିବ ନାହିଁ। ଅନ୍ୟକିଛି ଘିଅ ଶ୍ରୀମନ୍ଦିରକୁ ନେବାକୁ ଚେଷ୍ଟା କଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟ ପ୍ରଶାସକ ସତର୍କ କରି ଦେଇଛନ୍ତି।

Leave A Reply

Your email address will not be published.