ପ୍ରମୁଖ ଖବର

ଦୁବାଇରୁ ସୁରକ୍ଷିତ ସ୍ୱଦେଶ ଫେରିଲେ ପିଭି ସିନ୍ଧୁ
ହୋଲି ପାଇଁ ମୁତୟନ ହେବେ ୩୦ ପ୍ଲାଟୁନ ଫୋର୍ସ, ୮୫ ସ୍ଥାନରେ ହେବ ଚେକିଂ
ରାଜ୍ୟସଭା ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ଲଢ଼ିବେ ଦିଲୀପ ରାୟ
ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ଜାରି ହେଲା ହେଲ୍ପଲାଇନ ନମ୍ବର
କେନ୍ଦୁଝର ଜିଲ୍ଲା ଦୌରାଜଜ୍‌ଙ୍କ କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କେ.ପି ଉନ୍ନିକୃଷ୍ଣନଙ୍କ ପରଲୋକ
ରାଜ୍ୟସଭା ନିର୍ବାଚନ, ପ୍ରାର୍ଥୀ ଘୋଷଣା କଲା ବିଜେପି

ନ୍ୟାୟଦେବୀ ହାତରେ ଖଣ୍ଡା ବଦଳରେ ଧରିଲେ ସମ୍ବିଧାନ

0

ଭାରତୀୟ ଆଇନ ଅନ୍ଧ ନୁହେଁ
ନ୍ୟାୟଦେବୀଙ୍କ ଆଖିରୁ ହଟିଲା କଳାପଟି

ନୂଆଦିଲ୍ଳୀ: ଭାରତୀୟ ଆଇନ ଅନ୍ଧ ନୁହେଁ। ନ୍ୟାୟଦେବୀଙ୍କ ଆଖିରୁ ହଟିଲା କଳାପଟି, ହାତରେ ଖଣ୍ଡା ବଦଳରେ ଧରିଲେ ସମ୍ବିଧାନ। ଭାରତୀୟ ଆଇନ ଅନ୍ଧ ବୋଲି ଯେଉଁ ଧାରଣା ଥିଲା, ତାହା ବଦଳିବ।

ଉଲ୍ଲେଖଯୋଗ୍ୟ, ସୁପ୍ରିମକୋର୍ଟରେ ନ୍ୟାୟ ଦେବୀଙ୍କ ଏକ ନୂତନ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ଏହି ପ୍ରତିମୂର୍ତ୍ତିରେ କିଛି ପରିବର୍ତ୍ତନ କରାଯାଇଥିବା ଦେଖିବାକୁ ମିଳିଛି। ସୁପ୍ରିମକୋର୍ଟଙ୍କ ପ୍ରଧାନ ବିଚାରପତି ଜଷ୍ଟିସ୍ ଡି.ଓ୍ୱାଇ.ଚନ୍ଦ୍ରଚୂଡ଼ଙ୍କ ପରାମର୍ଶରେ ନ୍ୟାୟଦେବୀଙ୍କ ସ୍ୱରୂପକୁ ବଦଳାଇ ଦିଆଯାଇଛି। ଏହାର ପ୍ରମୁଖ ଉଦ୍ଦେଶ୍ୟ ହେଉଛି, ଜନତା ଜାଣିବା ଆବଶ୍ଯକ ଯେ ଭାରତରେ ଆଇନ ଅନ୍ଧ ନୁହେଁ।ନ୍ୟାୟ ଦେବୀ ସମସ୍ତଙ୍କ ବିଚାର ଠିକ ଭାବେ କରନ୍ତି।

ପ୍ରଧାନ ବିଚାରପତିଙ୍କ ବିଚାରରେ ଖଣ୍ଡା ହେଉଛି ହିଂସାର ପ୍ରତୀକ। କିନ୍ତୁ ଅଦାଲତଙ୍କ କାର୍ଯ୍ୟ ହିଂସାତ୍ମକ ନୁହେଁ।କୋର୍ଟ ସବୁବେଳେ ସାମ୍ବିଧାନିକ ବିଧି ବ୍ୟବସ୍ଥା ଭିତରେ ନ୍ୟାୟ ପ୍ରଦାନ କରିଥାନ୍ତି। ସୁପ୍ରିମକୋର୍ଟର ବିଚାରପତିଙ୍କ ଲାଇବ୍ରେରୀରେ ଏହି ନୂତନ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ପ୍ରଧାନ ବିଚାରପତି ନିଜେ ଏହି ପ୍ରତିମୂର୍ତ୍ତି ତିଆରି କରିବାକୁ ନିର୍ଦ୍ଦେଶ ଦେଇଥିଲେ।

Leave A Reply

Your email address will not be published.