ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ଫ୍ଲାଇଟ୍‌ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ଚୀନ୍‌ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍‌ ଆଲର୍ଟ

ହରିୟାଣାର ମୁଖ୍ୟମନ୍ତ୍ରୀ ହେବେ ନାୟବ ସିଂ ସାଇନି

0

ହରିୟାଣା: ଭାଜପା ହରିୟାଣାରେ ବିଧାୟକ ଦଳର ନେତା ଚୟନ କରିଛି। ହରିୟାଣା ମୁଖ୍ୟମନ୍ତ୍ରୀ ପଦ ବଜାୟ ରଖିବେ ନାଏବ ସିଂ ସାଇନି। ଆଜି ସୈନୀଙ୍କୁ ନବନିର୍ବାଚିତ ବିଧାୟକ ଦଳ ବୈଠକରେ ପୁଣି ନେତା ଭାବେ ନିର୍ବାଚିତ କରାଯାଇଛି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ନେତୃତ୍ୱରେ ଅନୁଷ୍ଠିତ ବୈଠକରେ ନାୟବ ସିଂ ସାଇନି ସର୍ବସମ୍ମତି କ୍ରମେ ମୁଖ୍ୟମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଛନ୍ତି। ଗୁରୁବାର ଅର୍ଥାତ୍‌ ଅକ୍ଟୋବର ୧୭ରେ ହରିୟାଣାରେ ନୂତନ ସରକାରଙ୍କ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ।

ସୂଚନାଯୋଗ୍ୟ, ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ଏବଂ ପୂର୍ବତନ ଗୃହମନ୍ତ୍ରୀ ଅନିଲ ବିଜ୍‌ ପରବର୍ତ୍ତୀ ସିଏମ ପାଇଁ ସାଇନିଙ୍କ ନାମ ପ୍ରସ୍ତାବ ଦେଇଥିଲେ।ହରିୟାଣାର ବିଧାୟକ ଦଳର ନେତା ଭାବରେ ସାଇନି ନିର୍ବାଚିତ ହେବା ପରେ ବର୍ତ୍ତମାନ ସରକାର ଭବନରେ ସରକାର ଗଠନ ଦାବି ଉପସ୍ଥାପନ କରାଯିବ ଏବଂ ପରବର୍ତ୍ତୀ ପ୍ରକ୍ରିୟା ଆରମ୍ଭ ହେବ। ଗୁରୁବାର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ।

ଏହି ସମୟରେ ନାୟବ ସିଂ ସାଇନିଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ସେ କହିଛନ୍ତି ଯେ ହରିୟାଣାର ଲୋକମାନେ ପିଏମ ମୋଦିଙ୍କ ନୀତିକୁ ଅନୁମୋଦନ କରିଛନ୍ତି। ସାଇନି କହିଛନ୍ତି, ସେ ନିଜେ ରାଜ୍ୟପାଳଙ୍କ ସମ୍ମୁଖରେ ସରକାର ଗଠନ ପାଇଁ ନିଜର ଦାବି ଉପସ୍ଥାପନ କରିବେ। ୨୦୪୭ ସୁଦ୍ଧା ଏକ ବିକଶିତ ରାଷ୍ଟ୍ର ହେବାର ସଂକଳ୍ପକୁ ଆଗକୁ ନେବାକୁ ସେ କାର୍ଯ୍ୟ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।

Leave A Reply

Your email address will not be published.