ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ଶପଥ ଗ୍ରହଣ କଲେ ଓମାର ଅବଦୁଲ୍ଲା

0

ଜମ୍ମୁ କାଶ୍ମୀର: ଜମ୍ମୁ କାଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳର ପ୍ରଥମ ସରକାର ବୁଧବାର ଶପଥ ଗ୍ରହଣ କରିଛନ୍ତି। ଓମାର ଅବଦୁଲ୍ଲା କଶ୍ମୀରର ଇଣ୍ଟର ନ୍ୟାଶନାଲ କନଭେନଶନ ସେଣ୍ଟରରେ ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। କେନ୍ଦ୍ରଶାସିତ ଅଞ୍ଚଳର ମାନ୍ୟତା ପାଇବାର ୬ ବର୍ଷ ପରେ ଜମ୍ମୁ-କଶ୍ମୀରକୁ ମିଳିଲା ପ୍ରଥମ ମୁଖ୍ୟମନ୍ତ୍ରୀ।

ଆଜି ଶ୍ରୀନଗରର ଶେର-ଇ-କଶ୍ମୀର ଅନ୍ତର୍ଜାତୀୟ ସମ୍ମିଳନୀ କେନ୍ଦ୍ରରେ ଶପଥ ଗ୍ରହଣ ସମାରୋହର ଆୟୋଜନ କରାଯାଇଥିଲା। ଉପରାଜ୍ୟପାଳ ମନୋଜ ସିହ୍ନା ଓମାର ଅବଦୁଲ୍ଲାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଓମାର ଅବଦୁଲ୍ଲାଙ୍କ ସମେତ ପାଞ୍ଚ ଜଣ ବିଧାୟକ ମଧ୍ୟ ଶପଥ ନେଇଛନ୍ତି। ସେମାନଙ୍କ ମଧ୍ୟରେ ସ୍ୱାଧୀନ ବିଧାୟକ ସତୀଶ ଶର୍ମା ଏବଂ ଅନ୍ୟ ଚାରି ଜଣ ନ୍ୟାସନାଲ କନଫରେନ୍ସର ସାକିନୋ ଇତୋ, ଜାଭିଦ ଦାର୍, ସୁରିନ୍ଦର ସିଂହ ଚୌଧୁରୀ ଏବଂ ଜାଭିଦ ରାଣା ଶପଥ ନେଇଛନ୍ତି।

ସୂଚନାଯୋଗ୍ୟ, ଦୀର୍ଘ ୧୦ ବର୍ଷ ପରେ ଜମ୍ମୁ କଶ୍ମୀରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଅକ୍ଟୋବର ୮ରେ ଫଳାଫଳ ଘୋଷଣା ହୋଇଥିବାବେଳେ ଜମ୍ମୁ କଶ୍ମୀରରେ ୯୦ଟି ବିଧାନସଭା ଆସନ ପାଇଁ ତିନୋଟି ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହୋଇଥିଲା। ଶପଥ ନେବା ପୂର୍ବରୁ ଓମାର ଅବଦୁଲ୍ଲା ତାଙ୍କ ଜେଜେବାପା ସ୍ୱର୍ଗତ ଶେଖ ମହମ୍ମଦ ଅବଦୁଲ୍ଲାଙ୍କ ସମାଧିସ୍ଥଳରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ଓମାର ଅବଦୁଲ୍ଲାଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ବହୁ ବରିଷ୍ଠ ନେତାଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଥିଲା। ଏନସି-କଂଗ୍ରେସ ସରକାରଙ୍କ ନାମରେ ଇଣ୍ଡିଆ ମେଣ୍ଟର ଶକ୍ତି ପ୍ରଦର୍ଶନ ପାଇଁ ମଧ୍ୟ ପ୍ରସ୍ତୁତି ଚାଲିଛି। ଏହି ଶପଥ ଗ୍ରହଣ ସମାରୋହ ପାଇଁ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ରାହୁଲ ଗାନ୍ଧୀ, ସୋନିଆ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଆମ ଆଦମୀ ପାର୍ଟି (ଏଏପି) ମୁଖ୍ୟ ଅରବିନ୍ଦ କେଜରିୱାଲ, ଶିବସେନା (ୟୁବିଟି) ସଭାପତି ତଥା ପୂର୍ବତନ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ, ସିପିଆଇ(ଏମ)ନେତା ପ୍ରକାଶ କରାଟ ଏବଂ ସିପିଆଇ ନେତା ଡି ରାଜାଙ୍କ ସମେତ ପ୍ରାୟ ୫୦ଜଣ ନେତାଙ୍କୁ ନିମନ୍ତ୍ରଣ କରାଯାଇଥିଲା।

Leave A Reply

Your email address will not be published.